ବିପର୍ଯ୍ୟସ୍ତ ଅବସ୍ଥାରେ ବାତ୍ୟା ଆଶ୍ରୟସ୍ଥଳୀ

ନାଉଗାଁ,୧ା୫(ସ୍ବ.ପ୍ର.): ଉପକୂଳବର୍ତୀ ଜିଲାଗୁଡିକରେ ଆଜି ମଧ୍ୟ ଲୋକେ ବାତ୍ୟା ନାଁ ଶୁଣିଲେ ଭୟଭୀତ ହୋଇପଡ଼ନ୍ତି। ୧୯୯୯ ମହାବାତ୍ୟା ପରେ ଅନ୍ୟ କୌଣସି ବାତ୍ୟାରେ ଯଦିଓ ସେଭଳି ବଡ଼ ଧରଣର କ୍ଷୟକ୍ଷତି ହୋଇନାହିଁ, ତଥାପି ମଧ୍ୟ ଲୋକେ ନାନା ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଥାନ୍ତି। ବାତ୍ୟାଜନୀତ ବର୍ଷା ଓ ପବନରେ କେବଳ ଜନସାଧାରଣ ନୁହନ୍ତି, ଗୃହପାଳିତ ପ୍ରାଣୀ ମଧ୍ୟ ବହୁ ସମସ୍ୟା ଭୋଗିଥାନ୍ତି। ତେଣୁ ପରିସ୍ଥିତି ମୁକାବିଲା ପାଇଁ ୧୯୯୯ ପରେ ବିଭିନ୍ନ ଗ୍ରାମରେ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯାଇଥିଲା। ଏହାର ମୁଖ୍ୟ ଲକ୍ଷ୍ୟ ଥିଲା ବାତ୍ୟା ଓ ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଗୃହପାଳିତ ପ୍ରାଣୀ ଓ ଜନସାଧାରଣଙ୍କୁ ନିରାପଦ ଆଶ୍ରୟ ଦେବା। କିନ୍ତୁ ନାଉଗଁା ବ୍ଲକରେ ନିର୍ମିତ ବାତ୍ୟା ଆଶ୍ରୟସ୍ଥଳୀଗୁଡିକ ରକ୍ଷଣାବେକ୍ଷଣ ଅଭାବରୁ ବିପର୍ଯ୍ୟସ୍ତ ହୋଇପଡିଛି। ଏଠାରେ ଆଶ୍ରୟ ନେବା ଆଉ ନିରାପଦ ମନେହେଉନି। ଏହି ବ୍ଲକ କୋରୁଅ ପଞ୍ଚାୟତ ଶୁଆକଣ ଗ୍ରାମରେ ଥିବା ବାତ୍ୟା ଆଶ୍ରୟସ୍ଥଳୀ ହେଉଛି ସେଥିମଧ୍ୟରୁ ଗୋଟିଏ। ମହାବାତ୍ୟା ପରେ ଓଡ଼ିଶା ସରକାର ଓ ମହାରାଷ୍ଟ୍ର ସରକାରଙ୍କ ମିଳିତ ସହାୟତାରେ ଏହା ନିର୍ମିତ ହୋଇଥିଲା। କିନ୍ତୁ ନିର୍ମାଣ ପରଠାରୁ ଯେତେଥର ବାତ୍ୟା ହେଲାଣି ଗୋଟିଏ ଦିନ ବି ଏଠାରେ କେହି ଆଶ୍ରୟ ନେଇ ନ ଥିବା ସ୍ଥାନୀୟ ଲୋକେ କହିଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଗ୍ରାମ ଚତୁଃପାର୍ଶ୍ୱରେ ଦେବୀ ନଦୀ ଘେରି ରହିଛି। ତେଣୁ ବନ୍ୟାରେ ମଧ୍ୟ ଏହି ଗ୍ରାମ ପ୍ରଭାବିତ ହୋଇଥାଏ। ଉକ୍ତ ବାତ୍ୟା ଆଶ୍ରୟସ୍ଥଳୀ ଛାତରୁ ପ୍ଲାଷ୍ଟର ଖସିବା ସହ ଲାଗିଥିବା ଝରକା, କବାଟ ଆଦି ନଷ୍ଟ ହୋଇଗଲାଣି। ନିମ୍ନମାନର କାର୍ଯ୍ୟ ଯୋଗୁ ଆଶ୍ରୟସ୍ଥଳୀ ନିର୍ମାଣର ଅଳ୍ପ ଦିନ ମଧ୍ୟରେ ତାହା ବିପର୍ଯ୍ୟସ୍ତ ହୋଇପଡିଥିବା ସ୍ଥାନୀୟ ଲୋକେ କହିଛନ୍ତି। ଦୀର୍ଘବର୍ଷ ଧରି ତାହା ବନ୍ଦ ହୋଇ ରହିଛି। ବାତ୍ୟା ଆସୁଥିବା ସୂଚନା ମିଳିବା ପରେ ମଧ୍ୟ ପ୍ରଶାସନ ପକ୍ଷରୁ ଉକ୍ତ ଆଶ୍ରୟସ୍ଥଳୀ ଥରଟିଏ ବି ଖୋଲାଯାଇନାହିଁ। ସେହିପରି ବନ୍ୟା, ବାତ୍ୟା ସମୟରେ ଲୋକେ କିପରି ପ୍ରସ୍ତୁତ ରହିବେ, ନିଜକୁ ସୁରକ୍ଷା ଦେବା ସହ ଅନ୍ୟକୁ କିପରି ସାହାଯ୍ୟ କରିପାରିବେ ସେ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି ତାଲିମ ପ୍ରଦାନ କରାଯାଇନାହିଁ। ଏହାକୁ ନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ତୁରନ୍ତ ଉକ୍ତ ଆଶ୍ରୟସ୍ଥଳୀ ପୁନରୁଦ୍ଧାର ବ୍ୟବସ୍ଥା କରିବାକୁ ସେମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ନାଉଗଁା ବିଡିଓ ରଶ୍ମିରେଖା ମଲିକଙ୍କୁ ପଚାରିବାରେ ଉକ୍ତ ବାତ୍ୟା ଆଶ୍ରୟସ୍ଥଳୀ ସମ୍ପର୍କରେ ତାଙ୍କ ପାଖରେ କୌଣସି ସୂଚନା ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri