ବିପର୍ଯ୍ୟୟ ବେଳେ ଭରସା ‘ଆଞ୍ଚଳିକ ପ୍ରଶମନ କେନ୍ଦ୍ର’

ବାଲେଶ୍ୱର ଅଫିସ,୧୭-୯:ପ୍ରାକୃତିକ ବିପର୍ଯ୍ୟୟର ତତ୍କାଳ ମୁକାବିଲା ଲାଗି ବାଲେଶ୍ୱରଠାରୁ ୧୨କି.ମି. ଦୂର ଚାନ୍ଦିପୁର ନିକଟବର୍ତ୍ତୀ ହିଡିଙ୍ଗା ଅଞ୍ଚଳରେ ସୋମବାର ରିଜିଓନାଲ ରେସପନ୍ସ ସେଣ୍ଟର (ଆର୍‌ଆର୍‌ସି) ବା ଆଞ୍ଚଳିକ ପ୍ରଶମନ କେନ୍ଦ୍ର ନିର୍ମାଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି କେନ୍ଦ୍ର ଜରିଆରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ବେଳେ ଅବିଳମ୍ବେ ସହାୟତା ପହଞ୍ଚାଇ ଦିଆଯିବ। କଟକ ମୁଣ୍ଡୁଳି ପରେ ଦ୍ୱିତୀୟ ସ୍ଥାନ ଭାବେ ବାଲେଶ୍ୱରରେ ଆର୍‌ଆର୍‌ସି ପ୍ରତିଷ୍ଠା ହେଉଛି। ଏହାକୁ ମିଶାଇ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୪ଟି ସ୍ଥାନରେ ଏଭଳି କେନ୍ଦ୍ର ପ୍ରତିଷ୍ଠା କରାଯିବ। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନଡିଆର୍‌ଏଫ୍‌) ପକ୍ଷରୁ ହିଡିଙ୍ଗାଠାରେ ନିର୍ମାଣ ହେବାକୁ ଥିବା ଏହି କେନ୍ଦ୍ର ସକାଶେ ୬କୋଟି ୩୧ଲକ୍ଷ ଟଙ୍କା ବ୍ୟୟ ହେବ। ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ଏନ୍‌ଡ଼ିଆର୍‌ଏଫ୍‌ ଡିଜି ସତ୍ୟନାରାୟଣ ପ୍ରଧାନ ଏହି ସୂଚନା ପ୍ରଦାନ କରିଛନ୍ତି। ଉତ୍ସବରେ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଜିଲା ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର କୁମାରଙ୍କ ସମେତ ଏନ୍‌ଡିଆର୍‌ଏଫ୍‌ର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
ପ୍ରାକୃତିକ ବିପର୍ଯ୍ୟୟ ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ଓଡ଼ିଶାବାସୀଙ୍କ ଚିର ସହଚର ପାଲଟିଛି। ଯେକୌଣସି ବିପର୍ଯ୍ୟୟର ମୁକାବିଲା ଲାଗି ଉକ୍ତ କେନ୍ଦ୍ରରେ ୪ଟି ଟିମ୍‌ ସର୍ବଦା ଜଣେ କମାଣ୍ଡରଙ୍କ ନେତୃତ୍ୱରେ ପ୍ରସ୍ତୁତ ରହିବେ। ହିଡ଼ିଙ୍ଗାରେ ୩.୫୮ଏକର ଜମିରେ ଆର୍‌ଆର୍‌ସି ନିର୍ମାଣ କରାଯିବ। ଏହି କେନ୍ଦ୍ର ଉତ୍ତରଓଡ଼ିଶାର ବିଭିନ୍ନ ଜିଲା ପାଇଁ ସହାୟକ ହେବ। ରାଜ୍ୟସରକାର ଆବଶ୍ୟକ ଜମି ଯୋଗାଇଦେଲେ ରାଜ୍ୟର ଅନ୍ୟ ସ୍ଥାନରେ ଏଭଳି କେନ୍ଦ୍ର ଶୀଘ୍ର ନିର୍ମାଣ କରାଯିବ। ଏହାଛଡା ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ଓଡ଼ିଶାରେ ମିଳିତ ଅଭ୍ୟାସ କାର୍ଯ୍ୟକ୍ରମ ହାତକୁ ନିଆଯିବ। ଏଥିରେ ୭ଟି ପଡୋଶୀ ଦେଶୀ ଯୋଗ ଦେବେ ବୋଲି ଡିଜି ପ୍ରଧାନ କହିଛନ୍ତି। ଭାରତ ପାଖରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ୩୧୦ଟି ଯନ୍ତ୍ରାଂଶ ରହିଛି। ଏହା ସବୁପ୍ରକାର ବିପର୍ଯ୍ୟୟର ମୁକାବିଲା କରିବାକୁ ସକ୍ଷମ। ବିପର୍ଯ୍ୟୟ ସମୟରେ ଯୋଗାଯୋଗ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡୁଥିବାରୁ ଏହି ବାଧାକୁ ଅତିକ୍ରମ କରିବାକୁ ଲକ୍ଷ୍ୟ ରଖାଯାଇଛି। ବିପର୍ଯ୍ୟୟ ପରେ ଯେଉଁ ପରିସ୍ଥିତି ସୃଷ୍ଟି ହୁଏ ତାକୁ ମୁକାବିଲା କରିବାରେ ଯୋଗାଯୋଗ ବ୍ୟବସ୍ଥା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏଣୁ ଗ୍ରୀଡ୍‌ ସିଷ୍ଟମ୍‌ରେ କଣ୍ଟ୍ରୋଲ ରୁମ୍‌ଗୁଡ଼ିକ ରାଜ୍ୟ, ଜିଲା ଏବଂ ବ୍ଲକ ପାଇଁ ଯେଭଳି ଏକତ୍ର କାର୍ଯ୍ୟ କରିବେ ସେଥିଲାଗି ଚେଷ୍ଟା କରାଯାଉଛି। ନଭେମ୍ବରରେ ପ୍ରଥମ ଏବଂ ୨୦୨୦ ଫେବୃୟାରୀରେ ଶେଷ ଆଡକୁ ପ୍ରଶିକ୍ଷଣ ଶିବିର ଆୟୋଜନ କରାଯିବ। ୪ଶହରୁ ଅଧିକ ପ୍ରଶିକ୍ଷକ ଯୋଗଦେବେ। ଏଭଳି କାର୍ଯ୍ୟକ୍ରମ ଓଡ଼ିଶା ପାଇଁ ଗର୍ବର ବିଷୟ ବୋଲି ପ୍ରଧାନ କହିଛନ୍ତି।
ଓଡ଼ିଶାରେ ବନ୍ୟା, ବାତ୍ୟା ପ୍ରଭାବିତ ଅଞ୍ଚଳ ସମେତ ଓ ପ୍ରତ୍ନତାତ୍ତ୍ୱିକ ଇଲାକା ଉପରେ ସର୍ଭେ କରାଯାଇ ଏକ ମଡେଲ ପ୍ରସ୍ତୁତ କରାଯାଇଛି। ଏହା ଉପରେ ପ୍ରଶମନ ବଳଙ୍କୁ ପ୍ରଶିକ୍ଷଣ ଦିଆଯିବ। ବାଲେଶ୍ୱର ସଦର ବ୍ଲକ ଅଧୀନ ହିଡିଙ୍ଗାଠାରେ ହେବାକୁ ଥିବା କେନ୍ଦ୍ର ଲୋକମାନଙ୍କ ଭରସାର ଆଧାର ହେବ ବୋଲି ଶିଳାନ୍ୟାସ କାର୍ଯ୍ୟକ୍ରମ ଅବସରରେ ଧରିତ୍ରୀକୁ ଏକ ସ୍ବତନ୍ତ୍ର ସାକ୍ଷାତ୍‌କାର ଦେଇ ଏନ୍‌ଡିଆର୍‌ଏଫ୍‌ ଡିଜି ପ୍ରଧାନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?