ବିପାଶାଙ୍କୁ ପୂରିଲା ୪୧: ଜନ୍‌ ଆବ୍ରାହମ୍‌ଙ୍କ ସହିତ ୯ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ କରନ ସିଂ ଗ୍ରୋଭରଙ୍କୁ କରିଥିଲେ ବିବାହ…

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ବିପାଶା ବସୁ ମଙ୍ଗଳବାର ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୯ ଜାନୁୟାରୀ ୭ରେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ବହୁ ଫିଲ୍ମରେ ସେ ନିଜର ଅଭିନୟ ଦକ୍ଷତା ପ୍ରତିପାଦିତ କରି ବେଶ୍‌ ଚର୍ଚ୍ଚାରେ ରହିଥିଲେ। ୨୦୦୩ରେ ଜିସ୍ମ୍‌ ଫିଲ୍ମରେ ଜନ୍‌ ଆବ୍ରାହମ୍‌ଙ୍କ ସହିତ ବିପାଶଙ୍କର କ୍ଲୋଜ୍‌ ଅପ୍‌ ସିନ୍‌ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ରିଲ୍‌ ଲାଇଫ୍‌ ପରି ରିୟଲ ଲାଇଫ୍‌ରେ ମଧ୍ୟ ସେମାନଙ୍କ ମଧ୍ୟରେ ସମ୍ପର୍କ ଅତି ନିବିଡ଼ ହୋଇଥିଲା। ୯ ବର୍ଷ ଧରି ଉଭୟ ଲିଭ୍‌ଇନ୍‌ରେ ରହିଥିଲେ। ପରେ ଦୁହିଁଙ୍କ ମଧ୍ୟରେ ମତଭେଦ ଯୋଗୁ ସମ୍ପର୍କରେ ଭଟ୍ଟା ଆସିଥିଲା। ଏହାପରେ ବିପାଶା ୨୦୧୬ରେ କରନ ସିଂ ଗ୍ରୋଭରଙ୍କୁ ବିବାହ କରିଥିଲେ। ସେତେବେଳକୁ କରନ ନିଜ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇସାରିଥିଲେ। ବିବାହ ପରେ ବିପାଶା ଫିଲ୍ମ ଦୁନିଆଠାରୁ ପ୍ରାୟ ଦୂରେଇ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri