Posted inଖେଳ

ବିପିଏଲ୍‌ ଡ୍ରାଫ୍ଟରେ ଭାରତୀୟ ଖେଳାଳି

ଢାକା, ୧୮।୧୧- ବାଂଲାଦେଶ ପ୍ରିମିୟର ଲିଗ୍‌ (ବିପିଏଲ୍‌)ର ଆଗାମୀ ସିଜନ ଲାଗି ପ୍ରକାଶିତ ଖେଳାଳି ଡ୍ରାଫ୍ଟରେ ୩ ଜଣ ଭାରତୀୟ କ୍ରିକେଟର୍‌ ରହିଛନ୍ତି। ସେମାନେ ହେଲେ ମନବିନ୍ଦର ବିସ୍‌ଲା, ଦ୍ରୁତ ବୋଲର ମନ୍‌ପ୍ରୀତ୍‌ ଗୋନୀ ଓ ପୂର୍ବତନ ରାଜସ୍ଥାନ ରୟାଲ୍ସ ଖେଳାଳି କୁମାର ବୋରେସା। ୨୦୧୨ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫାଇନାଲରେ ବିସ୍‌ଲାଙ୍କ ମ୍ୟାଚ୍‌ ବିଜୟୀ ଇନିଂସ ବଳରେ କୋଲକାତା ନାଇଟ୍‌ ରାଇଡର୍ସ ଟାଇଟଲ୍‌ ଜିତିବାରେ ସକ୍ଷମ ହୋଇଥିଲା। ‘ବିପିଏଲ୍‌ରେ ଅଧିକରୁ ଅଧିକ ଭାରତୀୟ ଖେଳାଳିଙ୍କୁ ସାମିଲ କରିବାକୁ ପ୍ରୟାସ ଜାରି ରହିଛି’ ବୋଲି ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ସଭାପତି ନାଜମୁଲ ହାସାନ କହିଛନ୍ତି। ବିପିଏଲ୍‌ର ଆଗାମୀ ସଂସ୍କରଣ ଡିସେମ୍ବର ୧୧ରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri