ବିପିୟୁଟି ଛାତ୍ରସଂଘର ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୬ା୬- ବିପିୟୁଟି ଅଧୀନସ୍ଥ ଫାର୍ମାସୀ କଲେଜଗୁଡିକରେ ହେବାକୁ ଥିବା ଫାର୍ମାସୀ ପାଠ୍ୟକ୍ରମର ଶେଷ ସେମିଷ୍ଟର ପରୀକ୍ଷାକୁ ଅନଲାଇନ୍‌ରେ କରିବାକୁ ଦାବି ହୋଇଛି । ଅଲ ଓଡିଶା ବିପିୟୁଟି ଛାତ୍ର ସଂଘ ପକ୍ଷରୁ ଶୁକ୍ରବାର ଏ ନେଇ ଦକ୍ଷିଣାଞ୍ଚଳ ଆର୍‌ଡିସିଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କରୋନା ମହାମାରୀ ସଂକ୍ରମଣ ରୋକିବାକୁ ସରକାର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଜୁନ ୨୦ରୁ ଜୁଲାଇ ୨୪ ମଧ୍ୟରେ ଶେଷ ସେମିଷ୍ଟର ପରୀକ୍ଷା କରିବାକୁ ନିର୍ଦ୍ଦେଶ ହୋଇଛି। ବର୍ତ୍ତମାନ ପରିସ୍ଥିତିରେ କରୋନା କଟକଣା ଯୋଗୁ ଅନେକ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଆସିବା ଅସମ୍ଭବ । ତେଣୁ ଏହାକୁ ବିଚାର କରିବା ସହ ପରୀକ୍ଷା କେନ୍ଦ୍ର ମଧ୍ୟରେ ନ କରି ଅନ୍‌ଲାଇନ୍‌ ମାଧ୍ୟମରେ କରିବା କିମ୍ବା ପୂର୍ବ ସେମିଷ୍ଟର ମାର୍କ ଅନୁଯାୟୀ ଶେଷ ସେମିଷ୍ଟରର ମାର୍କ ପ୍ରଦାନ କରିବାକୁ ସଂଘ ପକ୍ଷରୁ ଦାବି ଉଲ୍ଲେଖ କରାଯାଇଛି ା ଦାବିପତ୍ର ପ୍ରଦାନ ବେଳେ ସଂଘର ସଭାପତି ତାରିଣୀ ଚରଣ ତ୍ରିପାଠୀଙ୍କ ସମେତ ଆର୍ତ୍ତତ୍ରାଣ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

ନାମାଙ୍କନପତ୍ର ଦାଖଲ କଲେ ନିପନ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି ।...

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri