ବିପୁଳ ପରିମାଣର କାଠ ଜବତ

ପାଲଲହଡା, ୨୨।୫ (ଡି.ଏନ.ଏ.)- ଦେବଗଡ଼ ଡିଭିଜନର ମୋବାଇଲ ସ୍କ୍ବାଡ୍‌ ମଙ୍ଗଳବାର ପାଲଲହଡା ଥାନା ଈଶ୍ୱରନଗର ଗ୍ରାମର ରମାକାନ୍ତ ବିଶ୍ୱାଳଙ୍କ ଘରେ ଚଢ଼ାଉ କରି ବିପୁଳ ପରିମାଣର ଶାଳ ଏବଂ ଶାଗୁଆନ କାଠ ଜବତ କରିଛି।
ବନବିଭାଗ ସୂତ୍ରରୁ ପ୍ରକାଶ, ରମାକାନ୍ତଙ୍କ ଘରେ ବିପୁଳ ପରିମାଣର ଚୋରା କାଠ ଗଚ୍ଛିତ ଥିବା ଖବରପାଇ ଦେବଗଡ଼ ଡିଭିଜନର ମୋବାଇଲ ସ୍କ୍ବାଡ୍‌ ଏବଂ ପାଲଲହଡା ରେଞ୍ଜର ଏକ ଟିମ୍‌ ସକାଳ ୬ଟାରେ ଚଢ଼ାଉ କରିଥିଲେ। ମାତ୍ର ଚଢାଉ ଖବର ପାଇ ଅଭିଯୁକ୍ତ ସେଠାରୁ ଫେରାର ହୋଇଯାଇଥିବାବେଳେ ତାଙ୍କ ସ୍ତ୍ରୀ ବନବିଭାଗ ଅଧିକାରୀଙ୍କୁ ଘର ମଧ୍ୟକୁ ପ୍ରବେଶ କରିବା ପାଇଁ ଅନୁମତି ଦେଇ ନ ଥିଲେ। ପରେ ସ୍ଥାନୀୟ ମାଜିଷ୍ଟ୍ରେଟ ଅତିରିକ୍ତ ତହସିଲଦାର ସୁମନ ମିଞ୍ଜଙ୍କ ଉପସ୍ଥିତିରେ ଘର ମଧ୍ୟରୁ ୪୪ ଖଣ୍ଡ ଶାଳ ପଟ୍ଟା, ୩୦ ଖଣ୍ଡ ଶାଗୁଆନ ପଟ୍ଟା ଜବତ କରାଯାଇଥିଲା ବୋଲି ପାଲଲହଡା ରେଞ୍ଜର ସରୋଜ କୁମାର ବିଶ୍ୱାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri