ବିପୁଳ ପରିମାଣର ଶାଗୁଆନ, ଶାଳ କାଠ ଜବତ: ୨ ଅଟକ

ଛେଣ୍ଡିପଦା,୪।୧(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କୋରଡ଼ା ଗାଁରେ ମଙ୍ଗଳବାର ଛେଣ୍ଡିପଦା ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣର ଶାଗୁଆନ ଓ ଶାଳ କାଠ ଜବତ କରାଯାଇଛି। ଏହା ସହ ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଅଟକ ରଖାଯାଇଛି। ଅଟକ ବ୍ୟକ୍ତିମାନେ ହେଲେ ଢେଙ୍କାନାଳ ଜିଲା ଦୁଦୁରକୋଟ ଗ୍ରାମର ପ୍ରଭାକର ନାଏକ ଓ ପ୍ରକାଶ ନାଏକ।
ପ୍ରକାଶ ଯେ, କୋରଡ଼ା ଗାଁର ଜଣେ ବ୍ୟବସାୟୀ ବିପୁଳ ପରିମାଣର ମୂଲ୍ୟବାନ ଗଛ ଜଙ୍ଗଲରୁ ବେଆଇନ ଭାବେ କାଟି ଗ୍ରାମର ବିଦ୍ୟାଳୟ ନିକଟସ୍ଥ ଏକ ବାଉଁଶ ବଣ ଭିତରେ ଉକ୍ତ କାଠକୁ କରତରେ କଟା ଯାଉଥିବା ଖବର ପାଇଥିଲେ। ପରେ ବନ ବିଭାଗ ଚଢ଼ାଉ କରିଥିଲା । ଚଢ଼ାଉ ବେଳେ ବହୁ ମୂଲ୍ୟବାନ ଶାଗୁଆନ ଏବଂ ଶାଳ କାଠ କଟା ଯାଇଥିବା ବେଳେ ବିପୁଳ ପରିମାଣର ଶାଳ ଓ ଶାଗୁଆନ ଲଗ୍‌ ପଡିଥିବା ଦେଖିବାକୁ ମିଳିଥିଲା । ବନବିଭାଗ ଉକ୍ତ କାଠକୁ ଜବତ କରି ଦୁଇଟି ଟ୍ରାକ୍ଟରରେ ବନାଞ୍ଚଳ କାର୍ଯ୍ୟାଳୟକୁ ଆଣିଥିଲା। ଚଢାଉ ବେଳେ ଢେଙ୍କାନାଳ ଜିଲା ଦୁଦୁରକୁଟ ଅଞ୍ଚଳର ପ୍ରକାଶ ନାଏକ ଓ ପ୍ରଭାକର ନାଏକଙ୍କୁ ବନ ବିଭାଗ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି । ଅପରପକ୍ଷେ ଏହି ବେଆଇନ କାରବାରର ମୁଖ୍ୟ ଅଭିଯୁକ୍ତ ବନବିଭାଗ କର୍ମଚାରୀଙ୍କୁ ଦେଖି ଫେରାର ହୋଇଯାଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri