ବିବାଦରେ ଶ୍ରୀମନ୍ଦିର ଫୁଲ ସଜ୍ଜା: ଜୟ ବିଜୟ ମୂର୍ତ୍ତି ଉପରେ ଚଢ଼ିଲେ କାରିଗର

ପୁରୀ ଅଫିସ,୩ା୭: ପ୍ରଥମ ଥର ପାଇଁ ଦିଲ୍ଲୀର ଜଣେ ଭକ୍ତ କେ.କେ. ଶର୍ମା ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ଭାବ ରଖି ଆଗେଇ ଆସିଛନ୍ତି। ତିନିରଥ, ଶ୍ରୀମନ୍ଦିର ଏବଂ ଗୁଣ୍ଡିଚା ମନ୍ଦିରକୁ ପର୍ଯ୍ୟାପ୍ତ ପରିମାଣ ଫୁଲରେ ସଜାଇବେ ବୋଲି ଆଗ୍ରହ ରଖିଥିଲେ। ଶ୍ରୀମନ୍ଦିର ପ୍ରଶାସନଠାରୁ ଅନୁମତି ପାଇବା ପରେ ମଙ୍ଗଳବାରଠାରୁ ସେ ଫୁଲ ସଜ୍ଜା କାମ ଆରମ୍ଭ କରିଛନ୍ତି। ପ୍ରାୟ ୨୦୦ କାରିଗର ଏଥିରେ ନିୟୋଜିତ ହୋଇଛନ୍ତି। ହେଲେ ଆରମ୍ଭରୁ ବିବାଦରେ ଫସିଛି ଶ୍ରୀମନ୍ଦିର ଫୁଲ ସଜା। ଫୁଲ ସଜାଇବାକୁ ଆସିଥିବା ଏହି ବଙ୍ଗୀୟ କାରିଗର ସିଂହଦ୍ୱାର ପ୍ରବେଶ ପଥରେ ଥିବା ଜୟ ବିଜୟ ମୂର୍ତ୍ତି ଉପରେ ଚଢିବା ଘଟଣାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଜଗନ୍ନାଥପ୍ରେମୀ ଏବଂ ବୁଦ୍ଧିଜୀବୀ। ଜଗନ୍ନାଥପ୍ରେମୀ ପ୍ରତାପ ଶତପଥୀ କହିଛନ୍ତି ଯେ, ଦିଲ୍ଲୀରୁ ଜଣେ ଭକ୍ତ ଶ୍ରୀମନ୍ଦିର ଏବଂ ଗୁଣ୍ଡିଚା ମନ୍ଦିରକୁ ଫୁଲରେ ସଜେଇବାକୁ ଆସିବା ସ୍ବାଗତଯୋଗ୍ୟ। କିନ୍ତୁ ସମ୍ପୃକ୍ତ କାରିଗରମାନଙ୍କୁ ଶ୍ରୀମନ୍ଦିର ବିଷୟରେ ଅବଗତ କରାଯିବା ଦରକାର ଥିଲା। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର କହିଛନ୍ତି, ଯଦି ଏଭଳି କିଛି ଘଟିଛି ତେବେ ତାଙ୍କୁ ଅବଗତ କରାଯିବ। ଏହାର ଯେପରି ପୁନରାବୃତ୍ତି ନ ହେବ ସେଥିଲାଗି ପଦକ୍ଷେପ ନିଆଯିବ। ସେ କେବଳ ଶ୍ରୀମନ୍ଦିର ନୁହଁ, ଆଗାମୀ ଦିନରେ ଗୁଣ୍ଡିଚା ମନ୍ଦିରକୁ ମଧ୍ୟ ସୁସଜ୍ଜିତ କରିବେ। ସେ ନିଜ ଅର୍ଥରେ ଏ ସବୁ କରୁଛନ୍ତି ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri