Posted inଜାତୀୟ

ବିବାଦୀୟ ଜମି ଉପରୁ ଦାବି ଛାଡ଼ିଲେ ମୁସଲମାନ

ନୂଆଦିଲ୍ଲୀ,୩ା୩ (ପି.ଟି.): ଦୀର୍ଘ ୧୦ ବର୍ଷ ଧରି ଦିଲ୍ଲୀର ଶାହରନପୁରସ୍ଥିତ ଏକ ଜମିକୁ ନେଇ ଲାଗି ରହିଥିବା ବିବାଦର ପରିସମାପ୍ତି ଲାଗି ମୁସଲମାନ ଓ ଶିଖ୍‌ ସମ୍ପ୍ରଦାୟ ନିଷ୍ପତ୍ତି ନେଇଛନ୍ତି। ଏହି ଜମିକୁ ନେଇ ୨୦୧୪ରେ ଦଙ୍ଗା ସୃଷ୍ଟି ହୋଇଥିଲା। ନିକଟରେ ଉତ୍ତରପୂର୍ବ ଦିଲ୍ଲୀ ଦଙ୍ଗାବେଳେ ମୁସଲମାନମାନଙ୍କୁ ସହାୟତାର ହାତ ବଢ଼ାଇଥିଲେ ଶିଖ୍‌ ସମ୍ପ୍ରଦାୟ। ଫଳରେ କୃତଜ୍ଞତାର ନିଦର୍ଶନ ସ୍ବରୂପ ମୁସଲମାନ ସମ୍ପ୍ରଦାୟ ବିବାଦୀୟ ଜମି ଉପରୁ ଦାବି ଫେରାଇନେବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଶନ୍ଧି ପୂର୍ବେ କୁତୁବଶେର ଅଞ୍ଚଳରେ ଗୁରୁଦ୍ୱାର କମିଟି ଉକ୍ତ ଜମିକୁ କିଣିଥିଲା। ଗୁରୁଦ୍ୱାର ପରିସର ବଢ଼ାଇବା ଏହି ଜମି କିଣିବାର ଉଦ୍ଦେଶ୍ୟ ଥିଲା। ଜମି କିଣିବା ପରେ ସେଠାରେ ଥିବା ଏକ ମସ୍‌ଜିଦ ସମେତ କେତେକ କୋଠାକୁ ଭାଙ୍ଗିଦିଆଯାଇଥିଲା। ୨୦୧୪ ଜୁଲାଇରେ ସେଠାରେ ଗୁରୁଦ୍ୱାର କମ୍ପ୍ଲେକ୍ସ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାବେଳେ ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ଏହ ଦଙ୍ଗାରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୩୩ ଜଣ ଆହତ ହୋଇଥିଲେ। ଶେଷରେ ମାମଲା ସୁପ୍ରିମକୋର୍ଟରେ ପହଞ୍ଚଥିଲା। ଏବେ ମୁସଲମାନ ସମ୍ପ୍ରଦାୟ ଉକ୍ତ ଜମି ଉପରୁ ଅଧିକାର ତ୍ୟାଗ କରିଛନ୍ତି। ତାହା ବଦଳରେ ସେମାନଙ୍କୁ ବିକଳ୍ପ ଜମି ଯୋଗାଇ ଦେବା ସହ ମସ୍‌ଜିଦ ନିର୍ମାଣ ଖର୍ଚ୍ଚ ଦେବା ଲାଗି ଗୁରୁଦ୍ୱାର ପରିଚାଳନା କମିଟି ରାଜି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri