ବିବାହ କରିବାକୁ କହି ଠକିନେଲେ ୨୫ ଲକ୍ଷ

ଭୁବନେଶ୍ୱର,୧୮।୨(ବ୍ୟୁରେ): ପ୍ରଥମେ ବନ୍ଧୁତା, ପରେ ପ୍ରେମ। ସମ୍ପର୍କ ଆଗକୁ ବଢ଼ିବା ପରେ ବିବାହ କରିବାକୁ କହି ଯୁବତୀଙ୍କଠାରୁ ଠକିନେଲେ ୨୫ ଲକ୍ଷ। ପ୍ରତାରଣା ଓ ଠକେଇର ଶିକାର ହୋଇଥିବା ଯୁବତୀ ଜଣକ ହେଉଛନ୍ତି ଜଣେ ବ୍ୟାଙ୍କ୍‌ କର୍ମଚାରୀ। ଠକେଇ ଓ ପ୍ରତାରଣା କରି ଫେରାର ହୋଇଥିବା ପ୍ରେମିକଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ବେଙ୍ଗାଲୁର୍‌ରୁ ଗିରଫ କରିଛି। ସେ ହେଲେ ବ୍ରହ୍ମପୁର ତ୍ରିନାଥ ନିବାସ ହାଉସିଂବୋର୍ଡ କଲୋନୀରେ ରହୁଥିବା ରାକେଶ କୁମାର ପାତ୍ର (୨୯)।
ପୋଲିସ ସୂଚନା ମୁତାବକ, ଯୁବତୀଙ୍କ ସହ ରାକେଶଙ୍କର ପ୍ରଥମେ ବ୍ରହ୍ମପୁରରେ ଦେଖାହୋଇଥିଲା। ଏହାପରେ ସେମାନଙ୍କ ମଧ୍ୟରେ ବନ୍ଧୁତାରୁ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ଯୁବତୀ ଜଣକ ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ଏକ ବ୍ୟାଙ୍କରେ ଚାକିରି କରୁଥିବାବେଳେ ରାକେଶ ବେଙ୍ଗାଲୁର୍‌ସ୍ଥିତ ଘରୋଇ କମ୍ପାନୀରେ ଚାକିରି କରନ୍ତି। ଯୁବତୀଙ୍କ ମନ ଜିଣିବା ପରେ ବିବାହ କରିବାକୁ କହି ରାକେଶ ତାଙ୍କଠାରୁ ଟଙ୍କା ଲୁଟିବାକୁ ଯୋଜନା କରିଥିଲେ। ନାନା ସମସ୍ୟାର ଆଳଦେଖାଇ ବିଭିନ୍ନ ସମୟରେ ଯୁବତୀଙ୍କଠାରୁ ଟଙ୍କା ଧାର୍‌ ସୂତ୍ରରେ ନେଇଥିଲେ। ୨୫ ଲକ୍ଷ ହାତେଇବା ପରେ ପ୍ରତାରଣା ଆରମ୍ଭ କରିଥିଲେ। ଯୁବତୀ ଜଣକ ଠକେଇର ଶିକାର ହୋଇଥିବା ଜାଣିବା ପରେ ରାକେଶଙ୍କୁ ଟଙ୍କା ଫେରସ୍ତ କରିବାକୁ କହିଥିଲେ। ନିରାଶ ହେବାରୁ ଗତ ସେପ୍ଟେମ୍ବର ୧୮ରେ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ୩୫୬/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଶୁକ୍ରବାର ଅଭିଯୁକ୍ତ ରାକେଶଙ୍କୁ ବେଙ୍ଗାଲୁରରୁ ଗିରଫ କରି ଓଡିଶା ଆଣିଥିଲା। ସୋମବାର ତାଙ୍କୁ ପଚରାଉଚରା ପରେ ପୋଲିସ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri