Posted inଜାତୀୟ

ବିବାହ ପରେ ନିଖୋଜ ବରଙ୍କ ମିଳିଲା ମୃତଦେହ

ଲକ୍ଷ୍ନୌ,୧୨।୨: ବିବାହ ପରେ ବରକନ୍ୟା ଘରକୁ ଫେରୁଥିବା ବେଳେ ରାସ୍ତାରୁ ହଠାତ୍‌ ବର ନିଖୋଜ ହୋଇଯାଇଥିଲେ। ପରଦିନ ଏକ ଘଞ୍ଚ ଜଙ୍ଗଲରୁ ତାଙ୍କ ମୃତଦେହ ମିଳିଥିଲା। ଏହି ଘଟଣା ଏବେ ସମସ୍ତଙ୍କୁ ଚକିତ କରିଦେଇଛି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶର ମୁରଦାବାଦ ଜିଲାର କୁଆଣ୍ଢଲି ଗାଁର ବର ଦୁଷ୍ୟନ୍ତ ଗିରି ବରେଲି ଜିଲାର କୁତକାପୁରର କନ୍ୟାଙ୍କୁ ସୋମବାର ବିବାହ କରିଥିଲେ। ବିବାହ ପରେ ପରେ ବରଯାତ୍ରୀ ସହ ନବଦମ୍ପତି ଘରକୁ ଫେରୁଥିଲେ। ମୁରଦାବାଦର ପାକଓ୍ବଡ଼ା ଥାନା ଅଞ୍ଚଳ ହାଇଓ୍ବେ ନିକଟ ଏକ ଢାବାରେ ସେମାନେ ଚା’ଜଳଖିଆ ଖାଇବାକୁ ଓହ୍ଲାଇଥିଲେ। ସେତିକିବେଳେ ଦୁଷ୍ୟନ୍ତ ଶୌଚାଳୟ ଯାଇ ଆଉ ଫେରି ନ ଥିଲେ। ରାତିସାରା ପରିବାର ଲୋକ ତାଙ୍କୁ ବହୁ ଖୋଜାଖୋଜି କରିବା ପରେ ବି ପାଇ ନ ଥିଲେ। ମଙ୍ଗଳବାର ହାଇଓ୍ବେଠାରୁ ପ୍ରାୟ ୨ କିଲୋମିଟର ଦୂର ଘଞ୍ଚ ଜଙ୍ଗଲରେ ଥିବା ଏକ ଗଛରେ ଦୁଷ୍ୟନ୍ତଙ୍କ ମୃତଦେହ ଝୁଲୁଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ପରିବାର ଲୋକଙ୍କୁ ଖବର ଦେଇଥିଲା। ପୁଅର ମୃତ୍ୟୁ ଖବର ପାଇବା ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ଅପରପକ୍ଷେ ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri