Posted inଖେଳ

ବିବାହ ପରେ ସ୍କୁଟିରେ ଗଲେ କ୍ରିକେଟର

ବାଙ୍ଗାଲୋର,୯।୧୨- ଚଳିତ ବିବାହ ସିଜନରେ ଗୋଟିଏ ପରେ ଗୋଟିଏ କ୍ରିକେଟର ବିବାହ କରୁଛନ୍ତି। ନିକଟରେ ମନୀଷ ପାଣ୍ଡେ ଟଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଥିଲେ। ଏବେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ତାଙ୍କ ସାଥୀ ଖେଳାଳି କ୍ରୀଷ୍ଣପା ଗୋଥମ। ତାଙ୍କ ବିବାହ ଖବରରେ ରହିବାର କାରଣ ତାଙ୍କ ବିଦାୟି ସ୍କୁଟିରେ ହୋଇଛି। ତାଙ୍କ ବଧୁ ଅର୍ଚ୍ଚନା ଗଗଲ ପିନ୍ଧି ସ୍କୁଟି ଚଲାଉଥିବାବେଳେ ଗୌଥମ ପଛରେ ବସି ଫଟୋ ପାଇଁ ପୋଜ ଦେଉଥିଲେ। ଦୁହେଁ ଦୀର୍ଘ ଦିନ ହେଲା ରିଲେଶନଶିପରେ ଥିଲେ। ଉଭୟଙ୍କ ପରିବାର ମଧ୍ୟ ଏ ସମ୍ପର୍କରେ ଜାଣି ଥିଲେ। ପରିବାର ସଦସ୍ୟ, ସମ୍ପର୍କୀୟ, ବନ୍ଧୁଙ୍କ ଉପସ୍ଥିତିରେ ପାରମ୍ପରିକ ଦକ୍ଷିଣ ଭାରତୀୟ ରୀତିନିତିରେ ବିବାହ ସମ୍ପନ୍ନ ହୋଇଯାଇଛି। ଏ ନେଇ ଉଭୟ ନିଜ ନିଜ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଉଲ୍ଲେଖଥାଉ କି, ଗୌତମ କର୍ନାଟକ ଦଳ ପାଇଁ ରଣଜୀ କ୍ରିକେଟ ଖେଳନ୍ତି। ଏହି ଅଲରାଉଣ୍ଡଙ୍କୁ ଗତବର୍ଷ ୬.୨ କୋଟି ଟଙ୍କାରେ କିଣିଥିଲା ରାଜସ୍ତାନ ରୟାଲ୍ସ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌: ଶ୍ରୀନାଥଙ୍କୁ ମିଳିଲା ପୁଣି ଗୁରୁଦାୟିତ୍ୱ

ଦୁବାଇ, ୪ା୫: ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଆଇସିସି ମ୍ୟାଚ ରେଫରି ଜାଭାଗଲ ଶ୍ରୀନାଥଙ୍କ ସମେତ ଅମ୍ପାୟର...

ଆଜି ଇଣ୍ଡିଆନ ସୁପର ଲିଗ୍‌ ଫାଇନାଲ: ଏହି ଦୁଇ ଶକ୍ତିଶାଳୀ ଫୁଟବଲ କ୍ଲବ ମଧ୍ୟରେ ହେବ ମୁକାବିଲା

କୋଲକାତା, ୪।୫ ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ୍‌)ର ମେଗା ଫାଇନାଲ ଶନିବାର ସଲ୍ଟ ଲେକ୍‌ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ପରସ୍ପରର ସମ୍ମୁଖୀନ ହେବେ ଦୁଇ ଶକ୍ତିଶାଳୀ ଫୁଟବଲ...

ମୁମ୍ବାଇର ପ୍ଲେ-ଅଫ୍‌ ଆଶା ଧୂଳିସାତ, ଦ୍ୱିତୀୟରେ କୋଲକାତା

ମୁମ୍ବାଇ, ୩।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୨୪ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ...

ଆଇସିସି ରାଙ୍କିଙ୍ଗରେ ଏକ ନମ୍ବର ସ୍ଥାନ ହରାଇଲା ଭାରତ

ନୂଆଦିଲ୍ଲୀ,୩।୫: ବାର୍ଷିକ ଅପଡେଟ୍ ପରେ ଆଇସିସି ପୁରୁଷ ମାନ୍ୟତାରେ ଅଷ୍ଟ୍ରେଲିଆ ଭାରତକୁ ଗୋଟିଏ ସ୍ଥାନ ପଛକୁ ଠେଲି ଏକ ନମ୍ବର ମାନ୍ୟତା ହାସଲ କରିଛି। ଯଦିଓ...

ମେ’୨୫ ଶେଷ ତାରିଖ, ଆଇପିଏଲରେ ଖରାପ ପଦର୍ଶନ କଲେ ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଏହି ସବୁ ଖେଳାଳି ପଡିବେ ବାଦ୍‌

ନୂଆଦିଲ୍ଲୀ,୩।୫: ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟଦଳ ଘୋଷଣା ହୋଇସାରିଛି। ଭଲ ପ୍ରଦର୍ଶନ କରୁଥିବା ଅନେକ ଖେଳାଳିଙ୍କୁ ଏଥର ସୁଯୋଗ ମିଳିନାହିଁ। ଯାହାକୁ ନେଇ ପ୍ରଶଂସକମାନେ...

ଗୋଟିଏ ମ୍ୟାଚ୍‌ରେ ଭାଙ୍ଗିଗଲା ଅନେକ ରେକର୍ଡ

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ପ୍ରବଳ ରନ୍‌ ବର୍ଷା ହୋଇଥିଲା। ଏହି ଗୋଟିଏ ମ୍ୟାଚରେ ଅନେକ ରେକର୍ଡ କରାଯାଇଥିଲା। ଏହି ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ...

ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ଏହି ଘାତକ ସ୍ପିନର୍‌: ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ନେଇଥିଲେ ୩ ଉଇକେଟ୍‌

ଲଣ୍ଡନ,୩।୫: ଇଂଲଣ୍ଡ କ୍ରିକେଟର ଜୋଶ ବେକର ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। କାଉଣ୍ଟି କ୍ରିକେଟରେ ୱର୍କେଷ୍ଟେଶାୟାର୍‌ ପାଇଁ ବେକର୍‌ ଖେଳିଥିଲେ। ମୃତ୍ୟୁର...

ଶେଷ ୩ ଓଭରରେ ଥିଲା ମାତ୍ର ୨୭ ରନ୍‌: ବିଶ୍ୱକପ୍‌ ଦଳରେ ଚୟନ ହୋଇ ନ ଥିବା ବୋଲର୍‌ ପଲଟାଇଦେଲେ ବାଜି

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ରାଜସ୍ଥାନ ରୟାଲ୍ସକୁ ୧-୦ରେ ପରାସ୍ତ କରିଛି। ଜିତିବା ପାଇଁ ୨୦୨ ରନ୍‌ର ଟାର୍ଗେଟକୁ ପିଛା କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri