ବିବାହ ପାଇଁ ଘୋଡ଼ା ଚଢି ବରଘରେ ପହଞ୍ଚିଲେ ଦୁଇ ଭଉଣୀ

ଖଣ୍ଡଓ୍ବା,୨୪।୧: ରାଜସ୍ଥାନର ଖଣ୍ଡଓ୍ବାରେ ବିବାହକୁ ନେଇ ଦେଖିବାକୁ ମିଳିଛି ଏକ ଭିନ୍ନ ପରମ୍ପରା। ବିବାହ ପାଇଁ ଯାଉଥିବା ସମୟରେ ଘୋଡ଼ା ସହ ବରଯାତ୍ରୀ ଓ ବାଜାବାଣ ସବୁ ଥିଲା ହେଲେ ଘୋଡ଼ା ଉପରେ ବର ବଦଳରେ ଦେଖିବାକୁ ମିଳିଥିଲା ଦୁଇ କନ୍ୟାଙ୍କୁ। ପାଟିଦାର ସମ୍ପ୍ରଦାୟର ଏହି ପାରମ୍ପରିକ ବିବାହ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଖଣ୍ଡଓ୍ବାର ସାକ୍ଷୀ ଓ ସ୍ରିଷ୍ଟି ନାମକ ଦୁଇ ଭଉଣୀଙ୍କର ଗତ ୨୨ ତାରିଖରେ ବିବାହ ଥିଲା। ଆଉ ସେମାନେ ତାଙ୍କର ବରଯାତ୍ରୀ ସହ ଘୋଡ଼ା ଚଢି ଯାଇ ବରଘରେ ପହଞ୍ଚି ବିବାହ କରିଥିଲେ ବୋଲି ଜଣାପଡିଛି। ତେବେ ପାଟିଦାର ସମ୍ଫ୍ରଦାୟର ପରମ୍ପରାକୁ ପାଳନ କରିଥିବାରୁ ଏମାନେ ଗର୍ବିତ ବୋଲିି କହିଛନ୍ତି। ଦେଶରେ ମହିଳାଙ୍କୁ ସମ୍ମାନ ଦେବାର ଏହା ଏକ ପରମ୍ପରା ବୋଲି ଦୁଇ ଭଉଣୀଙ୍କ ପିତା ଅରୁଣ କହିଛନ୍ତି। ଏହା ୪୦୦-୫୦୦ ବର୍ଷ ତଳର ପରମ୍ପରା ହୋଇଥିବା ବେଳେ ସରକାରଙ୍କର ‘ବେଟି ବଚାଓ, ବେଟି ପଢାଓ’ ବାର୍ତ୍ତାକୁ ଆଗେଇ ନେବାକୁ ଏହା ଏକ ସହଯୋଗ ବୋଲି ଅରୁଣ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ପାଟିଦାର ସମ୍ପ୍ରଦାୟର ଲୋକେ ଏହି ପରମ୍ପରାକୁ ପାଳନ କରନ୍ତୁ ଓ ଝିଅମାନଙ୍କୁ ସମ୍ମାନ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri