ବିବାହ ପାଇଁ ସମୟ ନାହିଁ: ମଲାଇକା

ମୁମ୍ବାଇ: ବଲିଉଡ୍‌ ନାୟିକା ମଲାଇକା ଆରୋରା ଓ ନାୟକ ଅର୍ଜୁନ କପୁରଙ୍କ ରିଲେସନଶିପକୁ ନେଇ ଅନେକ ସମୟରେ ଚର୍ଚ୍ଚା ହୋଇଥାଏ। ମଲାଇକା ତାଙ୍କ ପ୍ରଥମ ସ୍ବାମୀ ଅରବାଜ ଖାଁଙ୍କଠାରୁ ଅଲଗା ହେବା ପରେ ବେଶ୍‌ କିଛିଦିନ ହେବ ଅର୍ଜୁନଙ୍କ ସହ ରିଲେସନଶିପରେ ରହିଥିବା ଆଲୋଚନା ହେଉଛି। ଅନେକ ଥର ଏମାନଙ୍କ ବିବାହକୁ ନେଇ ଆଲୋଚନା ହୋଇଥିଲେ ମଧ୍ୟ ଏମାନେ କେବେ ବିବାହ କରିବେ ତାହା ସ୍ପଷ୍ଟ କରି ନାହାଁନ୍ତି। ନିକଟରେ ନୂଆବର୍ଷ ପାଳନ ପାଇଁ ଉଭୟ ଗୋଆ ଯାଇଥିବା ବେଳେ ଏମାନଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଲାଗୁଥିଲା ଏହି ପ୍ରେମପକ୍ଷୀ ୨୦୨୦ରେ ବିବାହ କରିପାରନ୍ତି। ହେଲେ ନିକଟରେ ଏକ ସାକ୍ଷାତ୍‌କାରରେ ବିବାହକୁ ନେଇ ମତ ରଖିଛନ୍ତି ମଲାଇକା। ସେ କହିଛନ୍ତି ଏବେ ତାଙ୍କ ପାଖରେ ବିବାହ କରିବାକୁ ସମୟ ନାହିଁ। କାରଣ ଏବେ ସେ ତାଙ୍କ ବିଜ୍‌ନେସରେ ସମ୍ପୂର୍ଣ୍ଣ ବ୍ୟସ୍ତ ଯାହା ତାଙ୍କୁ ଜଣେ ବିଜ୍‌ନେସ ଓମେନ୍‌ର ପରିଚୟ ଦେଇଛି। ଏହାକୁ ନେଇ ୨୦୧୯ ତାଙ୍କର ଭଲରେ କଟିଛି। ତେଣୁ ଏବେ ସେ ବିଜ୍‌ନେସ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି ବୋଲି କହିଛନ୍ତି। ଆଉ ବିବାହ କଥା ଉଠିଲେ ସେ କହିଛନ୍ତି ଆମେ ଉଭୟ ପ୍ରଫେଶନାଲ ଓ ପର୍ସନାଲ ଲାଇଫରେ ଠିକ୍‌ ଅଛୁ। ଯେବେବି ବିବାହ କରିବୁ ସେ ସମ୍ପର୍କରେ ସମସ୍ତଙ୍କୁ ଜଣାଇବୁ ବୋଲି ମଧ୍ୟ ମଲାଇକା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri