ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୪ା୧୨(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ନାବାଳିକାଙ୍କ ପରିବାର ଲୋକଙ୍କ ଏତଲା କ୍ରମେ ଦିଗପହଣ୍ଡି ପୋଲିସ ନଂ. ୨୫୬/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଅଟକ ରଖିଛି। ସନ୍ଧ୍ୟାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯାଇଛି। ବୁଧବାର ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରାଯିବ ବୋଲି ପୋଲିସ କହିଛି। ବ୍ରହ୍ମପୁର ଏସ୍‌ପିଙ୍କ ଆଦେଶ ପ୍ରକାରେ ଚିକିଟି ଏସଡିପିଓ ସୁରେନ୍ଦ୍ର ନାଥ ମୁର୍ମୁ ମାମଲାର ତଦନ୍ତଭାର ଗ୍ରହଣ କରିଛନ୍ତି। ତଦନ୍ତକାରୀ ପୋଲିସ ଅଧିକାରୀଙ୍କ ସୂଚନାନୁସାରେ ମିସ୍‌ କଲରୁ ଉଭୟଙ୍କ ମଧ୍ୟରେ ସମ୍ପର୍କ ଗଢ଼ି ଉଠିଥିଲା। ଅଭିଯୁକ୍ତ ନିଜକୁ ଆୟୁଷ ସେଠୀ ବୋଲି ମିଥ୍ୟା ପରିଚୟ ଦେଇ ନାବାଳିକାଙ୍କ ସହ ଫୋନ୍‌ରେ କଥା ହୋଇଥିଲେ। ଗତ ନଭେମ୍ବର ୨୫ ତାରିଖରେ ନାବାଳିକାଙ୍କୁ ଅଭିଯୁକ୍ତ ଦିଗପହଣ୍ଡି ଡକାଇଥିଲେ। ସେଠାରେ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କୁ ଗୋଳନ୍ଥରା ଥାନା କନିଷି ଗାଁକୁ ନେଇ ଏକ ଭଡାଘରେ ରଖି ବହୁବାର ବଳାତ୍କାର କରିଥିଲେ। ପରେ ଗତ ୨୭ ତାରିଖରେ ଦିଗପହଣ୍ଡି ଆଣି ଛାଡି ଦେଇଥିଲେ। ତାଙ୍କୁ ନାବାଳିକା ଜଣକ ବିବାହ ପାଇଁ କହିବାରୁ ସେ ଆଉ ଧରା ଦେଉ ନ ଥିଲେ। ଏ ନେଇ ନାବାଳିକା ତାଙ୍କ ପରିବାର ଲୋକଙ୍କୁ ସମସ୍ତ ଘଟଣା ଜଣାଇଥିଲେ। ପରେ ମଙ୍ଗଳବାର ଥାନାକୁ ଆସି ଅଭିଯୁକ୍ତଙ୍କ ବିରୋଧରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri