ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୪ା୧୨(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ନାବାଳିକାଙ୍କ ପରିବାର ଲୋକଙ୍କ ଏତଲା କ୍ରମେ ଦିଗପହଣ୍ଡି ପୋଲିସ ନଂ. ୨୫୬/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଅଟକ ରଖିଛି। ସନ୍ଧ୍ୟାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯାଇଛି। ବୁଧବାର ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରାଯିବ ବୋଲି ପୋଲିସ କହିଛି। ବ୍ରହ୍ମପୁର ଏସ୍‌ପିଙ୍କ ଆଦେଶ ପ୍ରକାରେ ଚିକିଟି ଏସଡିପିଓ ସୁରେନ୍ଦ୍ର ନାଥ ମୁର୍ମୁ ମାମଲାର ତଦନ୍ତଭାର ଗ୍ରହଣ କରିଛନ୍ତି। ତଦନ୍ତକାରୀ ପୋଲିସ ଅଧିକାରୀଙ୍କ ସୂଚନାନୁସାରେ ମିସ୍‌ କଲରୁ ଉଭୟଙ୍କ ମଧ୍ୟରେ ସମ୍ପର୍କ ଗଢ଼ି ଉଠିଥିଲା। ଅଭିଯୁକ୍ତ ନିଜକୁ ଆୟୁଷ ସେଠୀ ବୋଲି ମିଥ୍ୟା ପରିଚୟ ଦେଇ ନାବାଳିକାଙ୍କ ସହ ଫୋନ୍‌ରେ କଥା ହୋଇଥିଲେ। ଗତ ନଭେମ୍ବର ୨୫ ତାରିଖରେ ନାବାଳିକାଙ୍କୁ ଅଭିଯୁକ୍ତ ଦିଗପହଣ୍ଡି ଡକାଇଥିଲେ। ସେଠାରେ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କୁ ଗୋଳନ୍ଥରା ଥାନା କନିଷି ଗାଁକୁ ନେଇ ଏକ ଭଡାଘରେ ରଖି ବହୁବାର ବଳାତ୍କାର କରିଥିଲେ। ପରେ ଗତ ୨୭ ତାରିଖରେ ଦିଗପହଣ୍ଡି ଆଣି ଛାଡି ଦେଇଥିଲେ। ତାଙ୍କୁ ନାବାଳିକା ଜଣକ ବିବାହ ପାଇଁ କହିବାରୁ ସେ ଆଉ ଧରା ଦେଉ ନ ଥିଲେ। ଏ ନେଇ ନାବାଳିକା ତାଙ୍କ ପରିବାର ଲୋକଙ୍କୁ ସମସ୍ତ ଘଟଣା ଜଣାଇଥିଲେ। ପରେ ମଙ୍ଗଳବାର ଥାନାକୁ ଆସି ଅଭିଯୁକ୍ତଙ୍କ ବିରୋଧରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri