ଦାରିଙ୍ଗବାଡ଼ି, ୨୩।୧୦(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଜଣେ ବିପିଏମ୍ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ମହିଳା ଡାକ୍ତର ଜଣକ ଏ ନେଇ ଥାନାରେ ଗୁରୁବାର ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ନଂ.୧୦୫/୧୯ ଆଟ୍ରୋସିଟି ଆକ୍ଟରେ ମାମଲା ରୁଜୁ କରିଛି। ବାଲିଗୁଡ଼ା ଏସ୍ଡିପିଓ ଡି. ତ୍ରିପତି ରାୟ ପଟ୍ଟନାୟକ ମାମଲା ତଦନ୍ତ ଦାୟିତ୍ୱ ନେଇଛନ୍ତି। ପୋଲିସ ସୂଚନା ଅନୁଯାୟୀ, ମହିଳା ଡାକ୍ତରଙ୍କ ସହ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଜାତୀୟ ସ୍ବାସ୍ଥ୍ୟ ମିଶନର ବ୍ଲକ ପ୍ରୋଗ୍ରାମ ମ୍ୟାନେଜର (ବିପିଏମ୍)ଙ୍କ ୨୦୧୭ରୁ ପ୍ରେମ ସମ୍ପର୍କ ଥିଲା। ସେ ବିବାହ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ମାତ୍ର ଏନେଇ ଦିନ ଗଡାଇ ଚାଲିଥିଲେ। ମହିଳା ଡାକ୍ତର ବିବାହ କଥା କହିବାରୁ ବିପିଏମ୍ ତାଙ୍କୁ ଶାରୀରିକ ମାନସିକ ନିର୍ଯାତନା ଦେବା ସହ, ତୁମେ ଅନୁସୂଚିତ ଜାତିର, ଆମେ ଉଚ୍ଚ ଜାତିର ଏଣୁ ବିବାହ କରିପାରିବି ନାହିଁ ବୋଲି କହିଥିଲେ। ଏପରି କି ଜୀବନରୁ ମାରିଦେବାକୁ ଧମକ ଦେଇଥିବା ସେ ଏତଲାରେ ଉଲ୍ଲେଖ କରିଛନ୍ତି। ଗତ କିଛିଦିନ ହେଲା ବିପିଏମ୍ ଫେରାର ହୋଇଯାଇଛନ୍ତି। ଫୋନ୍ରେ ମଧ୍ୟ ଯୋଗାଯୋଗ ହୋଇପାରୁନାହିଁ। ତେଣୁ ସେ ଥାନାର ଦ୍ୱାରସ୍ଥ ହୋଇ ନ୍ୟାୟ ଦେବାକୁ ଦାବି କରିଛନ୍ତି। ପୋଲିସ ସମ୍ପୃକ୍ତ ବିପିଏମ୍ଙ୍କୁ ଖୋଜୁଛି ବୋଲି ଆଇଆଇସି କୌଶିକ ମାଝୀ କହିଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍ ଓ ୫ ଏକରର ଫାର୍ମ ହାଉସ୍ ଠାବ
ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…
ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍
ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…
କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”
ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…
ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..
ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ
ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍ଏଚ୍-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…
ଦଶହରା ପୂର୍ବରୁ କଫ ସିରପ୍ କାରବାର ଠାବ: ୩୧୫୬ ବୋତଲ କଫ୍ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ
ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍ ସିରପ୍ ଜବତ କରିଛି। କଫ୍ ସିରପ୍ ବୋଝେଇ ଏକ…
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
SCB ମେଡିକାଲ୍ କ୍ୟାମ୍ପସ୍ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…
କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

