ବିବାହ ବିଚ୍ଛେଦ ପାଇଁ ସରଳ କରାଯାଉ ଆଇନ

ଡବଲିନ,୨୭।୫: ଆୟରଲାଣ୍ଡରେ ବିବାହ ବିଚ୍ଛେଦ ଆଇନକୁ ସରଳୀକରଣ କରିବା ପାଇଁ ୮୨ ପ୍ରତିଶତ ଲୋକ ଦାବି କରିଛନ୍ତି। ଏଥିପାଇଁ ସ୍ଥାନୀୟ ଲୋକେ ରାସ୍ତାକୁ ଓହ୍ଲାଇଥିବା ଜଣାପଡ଼ିଛି। ବିବାହ ବିଚ୍ଛେଦ ପ୍ରକ୍ରିୟାକୁ ସରଳ ବା ସହଜ କରିବା ପାଇଁ ଜନମତ ନିଆଯାଉ ବୋଲି ସେମାନେ ସରକାରଙ୍କ ନିକଟରେ ଦାବି କରିଛନ୍ତି। ଲୋକଙ୍କ ଏହି ଦାବିକୁ ସରକାର ମାନିବା ସହ ଏକ ଜନମତ ନେଇଥିଲେ। ଏହି ଭୋଟର ଫଳାଫଳ ରବିବାର ପ୍ରକାଶ ପାଇଥିବା ବେଳେ ଏହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇପଡ଼ିଥିଲେ। ଏହି ମତରୁ ଦେଖାଯାଇଥିଲା ଯେ, ୮୨ ପ୍ରତିଶତ ଲୋକ ବିବାହ ବିଚ୍ଛେଦ ଆଇନକୁ ସରଳୀକରଣ କରିବାକୁ ଚାହୁଁଛନ୍ତି। ଏହାପରେ ସରକାର ଏନେଇ ନୂଆ ବିଲ୍‌ ଆଣିବାକୁ ସଙ୍କେତ ଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଆୟରଲାଣ୍ଡରେ ଦମ୍ପତିଙ୍କୁ ବିଚ୍ଛେଦ ହେବା ପାଇଁ ୪ରୁ ୫ ବର୍ଷ ଅଲଗା ରହିବା ବାଧ୍ୟତାମୂଳକ ରହିଥିଲା। କିନ୍ତୁ ଏବେ ସରକାର ଏହି ଅବଧିକୁ କମ୍‌ କରିବା ପାଇଁ ସଙ୍କେତ ଦେଇଛନ୍ତି। ଦମ୍ପତିଙ୍କୁ କେବଳ ୨ବର୍ଷ ଅଲଗା ରହିବା ପାଇଁ ଏକ ନୂଆ ବିଲ୍‌ ଆଗତ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ହର୍ମୁଜ ପାର୍‌ ହେବା ପରେ ସମୁଦ୍ର ମଝିରେ ହେଲା ଖେଳ! ଭାରତ ଅଭିମୁଖେ ଯାଉଥିବା ଇରାନୀ ଜାହାଜ ହଠାତ୍‌ ନେଲା ୟୁ-ଟର୍ନ, ଗତି ବଦଳାଇ…

ନୂଆଦିଳ୍ଲୀ,୩।୪: ହର୍ମୁଜ ପ୍ରଣାଳୀ ପାର୍‌ ହେବା ପରେ ସମୁଦ୍ରରେ ଏକ ଅଜବ ଘଟଣା ଘଟିଛି। ସାତ ବର୍ଷ ପରେ ଇରାନରୁ ଭାରତକୁ ତେଲ ନେଇ ଯାଉଥିବା ଏକ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri