ବିବାହ ଭୋଜିଖାଇ ୨୦୦ ଝାଡ଼ାବାନ୍ତିରେ ଆକ୍ରାନ୍ତ

ରାଜଗାଙ୍ଗପୁର, ୨୦।୪ (ଡି.ଏନ.ଏ.)- ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କୁଟୁଣିଆ ଗ୍ରାମପଞ୍ଚାୟତ ଲାଠୁପଡା ଗ୍ରାମରେ ଶୁକ୍ରବାର ବିବାହ ଭୋଜିଖାଇ ୨୦୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩୦ରୁ ଅଧିକ ଶିଶୁ ଥିବା ଜଣାଯାଇଛି। ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ରାଜଗାଙ୍ଗପୁର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଜଣାପଡିଛି। ଖବରପାଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମ୍‌ଓ) ଦିଲୀପ ଷଡ଼ଙ୍ଗୀ ରାଜଗାଙ୍ଗପୁର ସରକାରୀ ଡାକ୍ତରଖାନାରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।

ଲାଠୁପଡା ଗ୍ରାମର ମଙ୍ଗଳ ଏକ୍କା ପୁଅର ବିବାହ ଭୋଜି ଶୁକ୍ରବାର ଆୟୋଜନ କରିଥିଲେ। ଗାଁ ଲୋକଙ୍କ ସହ ବିଭିନ୍ନ ଅଞ୍ଚଳରୁ ଲୋକେ ଓ ବନ୍ଧୁବାନ୍ଧବ ବହୁ ସଂଖ୍ୟାରେ ଆସିଥିଲେ। ପୂର୍ବାହ୍ନରେ ମଙ୍ଗଳ ଏକ୍କାଙ୍କ ଘରେ ତିଆରି କରାଯାଇଥିବା ସେଉ,ବୁନ୍ଦି ଆଦି ଜଳଖିଆ ଖାଇଥିଲେ। ସରବତ ପିଇଥିଲେ। କିଛି ସମୟ ପରେ ଛୋଟପିଲା ଓ ବୟସ୍କ ଲୋକଙ୍କ ପେଟ କାଟି ଝାଡାବାନ୍ତି ହୋଇଥିଲା। ସେମାନଙ୍କୁ ଡ଼ାକ୍ତରଖାନା ନିଆଯାଇଥିଲା। ମଧ୍ୟାହ୍ନଭୋଜନ ପରେ ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିଲା। ସନ୍ଧ୍ୟା ସୁଦ୍ଧା ୨୦୦ରୁ ଅଧିକ ଆକ୍ରାନ୍ତ ହୋଇଥିଲେ। ଆକ୍ରାନ୍ତ ଲୋକଙ୍କୁ ରାଜଗାଙ୍ଗପୁର ସରକାରୀ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। କେତେକ ଘରୋଇ ଡ଼ାକ୍ତରଖାନା ଓ କୁତ୍ରାରେ ଚିକିତ୍ସିତ ହେଉଛନ୍ତି। ରାଜଗାଙ୍ଗପୁର ସରକାରୀ ଡାକ୍ତରଖାନାରେ ଡାକ୍ତର ଜଗଦୀଶ ଚନ୍ଦ୍ର ଟପ୍ପୋଙ୍କ ନେତୃତ୍ୱରେ ଡାକ୍ତରୀଦଳ ଆକ୍ରାନ୍ତଙ୍କ ଚିକିତ୍ସା କରୁଛନ୍ତି। ଖାଦ୍ୟ ଅପମିଶ୍ରଣ ହୋଇଥିବାରୁ ଏପରି ହୋଇଥିବା କୁହାଯାଉଛି।

ରାଜଗାଙ୍ଗପୁର ଅଞ୍ଚଳରେ ଅପମିଶ୍ରିତ ତେଲ ଓ ଖାଦ୍ୟ ସାମଗ୍ରୀ ବିକ୍ରି ହେଉଥିବା ନେଇ ବାରମ୍ବାର ଅଭିଯୋଗ ସତ୍ତ୍ବେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ କୌଣସି ପଦକ୍ଷେପ ନେଉ ନାହିଁ। ଫଳରେ ଅପମିଶ୍ରିତ ତେଲ ବିବାହ ଭୋଜିରେ ବ୍ୟବହାର ହୋଇଥିବାରୁ ଏପରି ହୋଇଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri