Posted inଜାତୀୟ

ବିବାହ, ହନିମୁନ୍‌ ପାଇଁ ୭ବର୍ଷର ଶିଶୁଙ୍କୁ ଅପହରଣ କଲେ ଯୁବକ

କାନପୁର, ୩୦।୫: ଉତ୍ତର ପ୍ରଦେଶର କାନପୁରରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ପାଖରେ ଟଙ୍କ ନ ଥିବାରୁ ନିଜ ବିବାହ ଏବଂ ହନିମୁନ ପାଇଁ ଦେଢବର୍ଷର ଶିଶୁଙ୍କୁ ଅପହରଣ କରି ନେଇ ଦେଢ ଲକ୍ଷ ଟଙ୍କାରେ ବିକିଦେଇଛନ୍ତି। ସୂଚନାଯୋଗ୍ୟ, କାନପୁରର ଡୁଡିଆମଉ ଗାଁରେ ରହୁଥିବା ରାଜୁ ସବୁତା କ୍ଷେତରେ ଚାଷ କରନ୍ତି। ତାଙ୍କ ପରିବାରରେ ସ୍ତ୍ରୀଙ୍କ ସହ ଦୁଇ ପୁଅ ଅଭିଷେକ(୯) ଏବଂ ବିବେକ(୭) ରୁହନ୍ତି। ଅଚାନକ ଗାଁରେ ଖେଳୁଥିଲାବେଳେ ବିବେକ କୁଆଡେ ପଳାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ପୋଲିସରେ ଏତଲା ଦେଇଥିଲେ। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଥିଲା। ପ୍ରିୟାଶୁଂ ମିଶ୍ର ନାମକ ଜଣେ ଯୁବକ ବିବେକଙ୍କୁ ନିଜ ଗାଡିରେ ବସାଇ ନେଉଥିବା ଗାଁ ଲୋକେ ଦେଖିଥିବା ପୋଲିସକୁ କହିଥିଲେ। ଫୋନ୍‌ କଲ୍‌ ଆଧାରରେ ପୋଲିସ ପ୍ରିୟାଶୁଂଙ୍କ ପାଖରେ ପହଞ୍ଚିବାରେ ସଫଳ ହୋଇଥିଲା। ମେ ୨୮ରେ ବିବାହ ବେଦୀରେ ବସିଥିବାବେଳେ ପୋଲିସ ତାଙ୍କୁ ଗିରଫ କରିଥିଲା। ଗିରଫ ପରେ ପୋଲିସ ଆଗରେ ନିଜ ଭୁଲ ସ୍ବୀକାର କରିଥିଲେ ପ୍ରିୟାଶୁଂ। ବିବାହ ପରେ ହନିମୁନ୍‌ ଯିବା ପାଇଁ ଯୋଜନା କରିଥିଲି। କିନ୍ତୁ ପାଖରେ ଟଙ୍କା ନ ଥିବାରୁ ବାଧ୍ୟ ହୋଇ ଏଭଳି ଭୁଲ କରିଥିଲି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri