ବିବାହର ୭ ମାସ ନ ପୂରୁଣୁ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ: ପୋଖରୀରୁ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ

ତିର୍ତ୍ତୋଲ,୨୯।୮(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ବଣିତୋ ଗ୍ରାମରେ ଗୁରୁବାର ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ରାଜକିଶୋର ବେହେରାଙ୍କ ସ୍ତ୍ରୀ ଚିନ୍ମୟୀ। ଘର ନିକଟରେ ଥିବା ଏକ ପୋଖରୀରୁ ତାଙ୍କ ମୃତଦେହ ପୋଲିସ ଜବତ କରି ପୋଲିସ ବ୍ୟବଚ୍ଛେଦ ନିମନ୍ତେ ଜଗତସିଂହପୁର ପଠାଇଛି। ତେବେ ବିବାହକୁ ୭ ମାସ ନପୁରୁଣୁ ଚିନ୍ମୟୀଙ୍କ ଏଭଳି ମୃତ୍ୟୁକୁ ନେଇ ପରିବାରଲୋକେ ସନ୍ଦେହ କରିଛନ୍ତି। ଯୌତୁକ ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ବଡ଼ବାପା ସୁରେଶ ଦାସ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ଅଭିଯୋଗ ମୁତାବକ, ଚଳିତ ବର୍ଷ ଫେବୃଆରୀ ୧୦ରେ ଏହି ଥାନା ଅନ୍ତର୍ଗତ ବିରିତୋଳ ପଞ୍ଚାୟତ ସଲମପୁର ଗ୍ରାମର ସ୍ବର୍ଗତ ବୀରକିଶୋର ଦାସଙ୍କ ଝିଅ ଚିନ୍ମୟୀଙ୍କ ସହ ରାମଚନ୍ଦ୍ର ବେହେରାଙ୍କ ପୁଅ ରାଜ କିଶୋରଙ୍କ ବୈଦିକ ରୀତିରେ ବିବାହ ହୋଇଥିଲା। ବିବାହ ସମୟରେ ଯୌତୁକ ହିସାବରେ ୧ ଲକ୍ଷ ଟଙ୍କା ସହ ୧୫ ଲକ୍ଷ ଟଙ୍କାର ଅନ୍ୟାନ୍ୟ ସାମଗ୍ରୀ ଦିଆଯାଇଥିଲା। ହେଲେ ପରେ ଅଧିକ ଯୌତୁକ ପାଇଁ ଶାଶୁଘରଲୋକେ ଚିନ୍ମୟୀଙ୍କ ଉପରେ ଚାପ ପକାଇବା ସହ ତାଙ୍କୁ ନିଯ୍ୟାତନା ଦେଇ ଆସୁଥିଲେ। ହେଲେ ଗୁରୁବାର ସକାଳେ ସେ ନିଖୋଜ ଥିବା ନେଇ ଚିନ୍ମୟୀଙ୍କ ବାପଘର ଲୋକଙ୍କୁ ଖବର ମିଳିଥିଲା। ଏହାର କିଛି ସମୟ ପରେ ତାଙ୍କ ମୃତଦେହ ପୋଖରୀରେ ଭାସୁଥିବା ଦେଖିବାକୁ ମିଳିଥିଲା। ତେବେ ତାଙ୍କ ମୃତ୍ୟୁକୁ ନେଇ ସନ୍ଦେହ ଉପୁଜୁଥିବା ସୁରେଶ ପ୍ରକାଶ କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri