ବିବିସି ୧୦୦ ପ୍ରଭାବଶାଳୀ ମହିଳା ତାଲିକାରେ ଓଡ଼ିଆ ଝିଅ ସୁସ୍ମିତା

ଲଣ୍ଡନ: ଅନ୍ତର୍ଜାତୀୟ ଗଣମାଧ୍ୟମ ସଂସ୍ଥା ବିବିସି ପକ୍ଷରୁ ୨୦୧୯ ପାଇଁ ପ୍ରକାଶିତ ବିଶ୍ୱର ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ସ୍ଥାନ ପାଇଛନ୍ତି ଓଡ଼ିଶାର କଟକ ଜିଲାର ସୁସ୍ମିତା ମହାନ୍ତି। ସ୍ପେସ୍‌ ରିସର୍ଚ୍ଚ ଓ ସ୍ପେସ୍‌ ସାଇନ୍ସ କ୍ଷେତ୍ରରେ ଜଣେ ପରିଚିତ ଚେହେରା ସୁସ୍ମିତା କେବଳ ଓଡ଼ିଶା ନୁହେଁ, ଦେଶକୁ ମଧ୍ୟ ବିଶ୍ୱସ୍ତରରେ ଗୌରବାନ୍ବିତ କରିଛନ୍ତି। ଭାରତର ପ୍ରଥମ ପ୍ରାଇଭେଟ୍‌ ସ୍ପେସ୍‌ ଷ୍ଟାର୍ଟଅପ୍‌ ସଂସ୍ଥା ‘ଆର୍ଥ ଟୁ ଅରବିଟ୍‌’ କରି ଚର୍ଚ୍ଚାକୁ ଆସିଥିବା ସୁସ୍ମିତା ଭାରତର ‘ସ୍ପେସ୍‌ ଓ୍ବମ୍ୟାନ୍‌’ ଭାବେ ପରିଚିତ। ତାଙ୍କ ସହ ବିଭିନ୍ନ କ୍ଷେତ୍ରରୁ ଆଉ ୭ ପ୍ରଭାବଶାଳୀ ଭାରତୀୟ ମହିଳା ମଧ୍ୟ ଏହି ତାଲିକାରେ ରହିଛନ୍ତି। ଏମାନଙ୍କ ମଧ୍ୟରେ ୨୧ ବର୍ଷୀୟା ଅରଣ୍ୟା ଜୋହର, ଶୁଭଲକ୍ଷ୍ମୀ ନନ୍ଦୀ, ନତାଶା ନୋଏଲ୍‌, ବନ୍ଦନା ଶିବା, ଡ. ପ୍ରଗତି ସିଂ ପ୍ରମୁଖ ରହିଛନ୍ତି।
ସୁସ୍ମିତା ଆମେରିକା, ଜାପାନ୍‌, ୟୁରୋପ, ରୁଷିଆ ଭଳି ରାଷ୍ଟ୍ରର ମହାକାଶ ସଂସ୍ଥା ସହ କାମ କରିଛନ୍ତି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ବୈଜ୍ଞାନିକ ନୀଳମଣି ମହାନ୍ତିଙ୍କ ଝିଅ ସୁସ୍ମିତା ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡିଜାଇନ୍‌(ଏନ୍‌ଆଇଡି)ରୁ ଉତ୍ତୀର୍ଣ୍ଣ ହେବାପରେ ସ୍ପେସ୍‌ ଡିଜାଇନ୍‌ କ୍ଷେତ୍ରରେ ପାଦ ଦେଇଥିଲେ। ବର୍ତ୍ତମାନ ସାଟେଲାଇଟ୍‌ ଯୋଗେ ‘ବିଗ୍‌ ଡାଟା ଆନାଲିସିସ୍‌’ ମାଧ୍ୟମରେ ସେ ଜଳବାୟୁ ପରିବର୍ତ୍ତନରୁ ବିଶ୍ୱକୁ ରକ୍ଷା କରିବାର ପ୍ରୟାସ କରୁଛନ୍ତି। ତାଙ୍କ ଦ୍ୱାରା ପ୍ରତିଷ୍ଠିତ ‘ଆର୍ଥ ଟୁ ଅରବିଟ୍‌’ ଏବେ ସୋଲାର ଏନର୍ଜି, ଜଳ, ସ୍ମାର୍ଟ ସିଟି ଏବଂ କୃଷି ଭଳି ୪ଟି ବିଭାଗରେ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri