Posted inଖେଳ

ବିବେକ କୋହଲି ସିଟିଟିଏଫ୍‌ ଅଧ୍ୟକ୍ଷ ନିର୍ବାଚିତ

କଟକ,୨୧।୭: ଭାରତର ବିବେକ କୋହଲି ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍‌ ଫେଡେରେଶନ (ସିଟିଟିଏଫ୍‌) ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ସେହିପରି ଏମ୍‌.ପି. ସିଂ ସିଟିଟିଏଫ୍‌ର ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି। କଟକରେ ରାଜ୍ୟଗୋଷ୍ଠୀ ଚାମ୍ପିୟନଶିପ୍‌ ଚାଲୁରହିଥିବା ବେଳେ ଭୁବେନେଶ୍ୱରରେ ଶନିବାର ଫେଡେରେଶନର ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ନିର୍ବାଚନରେ କୋହଲି ବହୁ ବ୍ୟବଧାନରେ ଇଂଲଣ୍ଡର ଆଲାନ ରାନସମଙ୍କୁ ପରାସ୍ତ କରିଥିଲେ। କୋହଲି ୨୨ଖଣ୍ଡ ଭୋଟ ପାଇଥିବା ବେଳେ ଆଲାନ ୬ଟି ଭୋଟ ପାଇଥିଲେ। ତେବେ ଟେବୁଲ ଟେନିସ ଫେଡେରେଶନ ଅଫ ଇଣ୍ଡିଆ (ଟିଟିଏଫ୍‌ଆଇ) ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟରତ ଥିବା ଏମ୍‌.ପି. ସିଂ ସର୍ବସମ୍ମତି କ୍ରମେ ଫେଡେରେଶନର ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ ହୋଇଥିଲେ। ପୂର୍ବରୁ ଦୁଷ୍ମନ୍ତ ଚୌତାଲା ଟିଟିଏଫ୍‌ଆଇ ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି। ପ୍ରଥମଥର ପାଇଁ ସିଟିଟିଏଫ୍‌ର ସବୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ପଦରେ ଭାରତୀୟମାନେ ଦାୟିତ୍ୱରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…

ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍‌କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri