ବିଭାଗୀୟ ଉଦାସୀନତାରୁ ଯବାନ ମୃତ୍ୟୁସହ ସଂଗ୍ରାମ କରିବା ଘଟଣା: ତଦନ୍ତ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଲା ଗୃହ ବିଭାଗ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): କାର୍ଯ୍ୟ କରୁଥିବାବେଳେ ବ୍ରେନ୍‌ଷ୍ଟ୍ରୋକ୍‌ର ଶିକାର ହୋଇ ଗୁରୁତର ଥିବା ଯବାନ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ପ୍ରତି ଗୁରୁତର ବିଭାଗୀୟ ଅବହେଳା କରାଯାଇଥିବା ଅଭିଯୋଗ ହୋଇ ଆସୁଛି। ସେ ଏବେ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ ସ୍ବାସ୍ଥ୍ୟାବସ୍ଥା ସୁଧୁରିବା ପରିବର୍ତ୍ତେ ଜଟିଳ ହେବାରେ ଲାଗିଛି। କୃଷ୍ଣଚନ୍ଦ୍ର ମୃତ୍ୟୁ ସହ ସଂଗ୍ରାମ କରୁଥିଲେ ମଧ୍ୟ ବିଭାଗ ପକ୍ଷରୁ ଦେଖାଶୁଣା କରାଯିବା ତ ଦୂରେ ଥାଉ ତାଙ୍କ ଉପରିସ୍ଥ ଅଧିକାରୀ ଦେଖିବାକୁ ଆସୁନାହାନ୍ତି। ଏନେଇ ତାଙ୍କ ବାପା ଗଙ୍ଗାଧର ମଲ୍ଲିକ ଓ ଗ୍ରାମ ପଞ୍ଚାୟତ ଲୋକେ ଗୃହବିଭାଗ ଏବଂ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ କରିବା ପାଇଁ ଗୃହ ବିଭାଗ ପୋଲିସ ଡିଜି ଓ ଆଇଜିଙ୍କୁ ଚିଠି ଲେଖିଛି। ଯେଉଁମାନେ କୃଷ୍ଣଚନ୍ଦ୍ରଙ୍କ ନାମରେ ଜାଲ ଦସ୍ତଖତ କରି ଛୁଟି ମଞ୍ଜୁର କରିଛନ୍ତି, ତାହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।
ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, କୃଷ୍ଣଚନ୍ଦ୍ରଙ୍କ ଘର କେଉଁଝର ଜିଲାରେ ହୋଇଥିବାବେଳେ ସେ ଓଏସ୍‌ଏପି ୨ୟ ବାଟାଲିୟନର ସୀପାହୀ ହାବିଲ୍‌ଦାର ଏସ୍‌-୧୬୪ ଭାବେ ରାଉରକେଲା କାଲ୍‌ଟା ଫାଣ୍ଡିରେ କାର୍ଯ୍ୟ କରୁଥିଲେ। ଗତମାସ ୩ ତାରିଖ ସକାଳେ ସେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆ ନ ଯାଇ ଚଞ୍ଚକତା କରି ଛୁଟି ଦରଖାସ୍ତରେ ତାଙ୍କର ଦସ୍ତଖତ କରି ନିଆଯାଇଥିଲା। ବିଳମ୍ବ ଯୋଗୁ ସେ ବ୍ରେନ୍‌ଷ୍ଟ୍ରୋକ୍‌ର ଶିକାର ହୋଇ ଅଚେତ ହୋଇପଡିଥିଲେ। ୫ଘଣ୍ଟା ପରେ ତାଙ୍କୁ କେତେଜଣ ଯବାନ ଜିଲା ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ପଳାଇଯାଇଥିଲେ। ଖବରପାଇ ପରିବାର ଲୋକେ ପହଞ୍ଚତ୍ ତାଙ୍କୁ କଟକ ବଡ଼ମେଡିକାଲରେ ଭର୍ତ୍ତି କରିଥିଲେ। ସେତେବେଳକୁ ବହୁ ବିଳମ୍ବ ହୋଇଯାଇଥିବା ଓ କୃଷ୍ଣଚନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ହୋଇପଡିଥିବା ଡାକ୍ତର କହିବା ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ବାପା ଗଙ୍ଗାଧର ଗରିବ ହୋଇଥିବାରୁ ଧାର କରଜ କରି ୧୦ଲକ୍ଷରୁ ଊର୍ଦ୍ଧ୍ୱ ଖର୍ଚ୍ଚ କରିଥିଲେ। ସ୍ଥିତି ଏପରି ହୋଇଥିଲା ଶେଷରେ ଗଙ୍ଗାଧର ପାଳୁଥିବା କୁକୁଡ଼ା ବିକ୍ରି କରିଦେଇଥିଲେ। ଶେଷରେ ଅର୍ଥାଭାବରୁ ପରିବାର ଲୋକେ କୃଷ୍ଣଚନ୍ଦ୍ରଙ୍କୁ ଘରୋଇ ହସ୍ପିଟାଲରୁ କଟକ ବଡ଼ ମେଡିକାଲରେ ପୁଣି ଭର୍ତ୍ତି କରିଛନ୍ତି। ଯେଉଁ ଅଧିକାରୀଙ୍କ ଅବହେଳା ପାଇଁ ପୁଅର ଏଭଳି ଅବସ୍ଥା ହେଲା ତାଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାପା ଗଙ୍ଗାଧର ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri