ବିଭାଗୀୟ କାର୍ଯ୍ୟର ସମୀକ୍ଷା କଲେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ: ଫନୀ ବିପନ୍ନଙ୍କୁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୬(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ନୂତନ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପଦ୍ମିନୀ ଦିଆନ ଶୁକ୍ରବାର ବିଭାଗ ପରିଦର୍ଶନ କରିବା ସହ ବିଭାଗୀୟ କାର୍ଯ୍ୟାବଳୀର ସମୀକ୍ଷା କରିଛନ୍ତି। ଆଗାମୀ ଦିନରେ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ଜୀବନ ଜୀବିକାର ଉନ୍ନତି ସହ ସେମାନଙ୍କ ଅର୍ଥନୈତିକ ଅବସ୍ଥାରେ କିଭଳି ସୁଧାର ଆସିପାରିବ ତା’ ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ମନ୍ତ୍ରୀଙ୍କୁ ବିଭାଗ ତରଫରୁ ସ୍ବାଗତ କରାଯିବା ପରେ ବିଭାଗୀୟ ଅଧିକାରୀମାନେ ତାଙ୍କୁ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରାଇଥିଲେ। ବୁଣାକାର ଓ କାରିଗରଙ୍କ ଜୀବନଜୀବିକା ଏବଂ ସାମାଜିକ ସଶକ୍ତୀକରଣ ନିମନ୍ତେ ଗ୍ରହଣ କରାଯାଇଥିବା ପଦକ୍ଷେପଗୁଡ଼ିକ ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ବୁଣାକାର ଏବଂ କାରିଗରମାନେ ହେଉଛନ୍ତି ଆମ ରାଜ୍ୟର ଗର୍ବ ଓ ଗୌରବ। ସେମାନଙ୍କ ମାଧ୍ୟମରେ ଓଡ଼ିଶାର କଳା ଓ ସଂସ୍କୃତି ସମଗ୍ର ବିଶ୍ୱରେ ପରିଚିତ ଓ ପ୍ରଶଂସିତ ହୋଇଛି। ତେଣୁ ସେମାନଙ୍କ ସର୍ବାଙ୍ଗୀନ ଉନ୍ନତି ଆମର ଲକ୍ଷ୍ୟ ହେବା ଆବଶ୍ୟକ ବୋଲି ମନ୍ତ୍ରୀ କହିଥିଲେ। ବୁଣାକାର ଓ କାରିଗରଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ କରିବା ଏବଂ ସେମାନଙ୍କ ନିକଟରେ ପହଞ୍ଚତ୍ବା ପାଇଁ ପ୍ରଚେଷ୍ଟା କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମନ୍ତ୍ରୀ ଦିଆନ ପରାମର୍ଶ ଦେଇଛନ୍ତି। ବାତ୍ୟା ଫନୀ କ୍ଷତିଗ୍ରସ୍ତ ବୁଣାକାର ଓ କାରିଗରଙ୍କୁ କ୍ଷତିପୂରଣ ପ୍ରଦାନ ଲାଗି ତ୍ୱରିତ ପଦକ୍ଷେପ ନେବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। କୋଟପାଡ଼ ହସ୍ତତନ୍ତ ବସ୍ତ୍ରର ସମଗ୍ର ଦେଶରେ ବିଶେଷ ଚାହିଦା ଓ ଆକର୍ଷଣ ରହିଥିବାରୁ ଏହି ଅଞ୍ଚଳର ବିକାଶ ଉପରେ ଅଧିକ ଧ୍ୟାନ ଦେବାକୁ ସେ କହିଥିଲେ। କୋଟପାଡ଼ର ବୁଣାକାରମାନଙ୍କ ନିକଟରେ ଯେପରି ସହଜରେ କଞ୍ଚାମାଲ ଉପଲବ୍ଧ ହେବ ସେଥିପାଇଁ ସ୍ବତନ୍ତ୍ର କାର୍ଯ୍ୟଖସଡ଼ା ପ୍ରସ୍ତୁତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଏହି ସମୀକ୍ଷା ସମୟରେ ବିଭାଗୀୟ ଶାସନ ସଚିବ ଶୁଭା ଶର୍ମା, ସ୍ବତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟି, ଯୁଗ୍ମ ସଚିବ ବୃନ୍ଦାବନ ବେହେରା ଏବଂ ଅଞ୍ଜନା ପଣ୍ଡା, ବୟନଶିଳ୍ପ ନିର୍ଦ୍ଦେଶକ ସୁଶାନ୍ତ କୁମାର ବାରିକ, ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶକ ବସନ୍ତ ଦାସ ତଥା ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri