ବିଭାଗୀୟ କାର୍ଯ୍ୟର ସମୀକ୍ଷା କଲେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ: ଫନୀ ବିପନ୍ନଙ୍କୁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୬(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ନୂତନ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପଦ୍ମିନୀ ଦିଆନ ଶୁକ୍ରବାର ବିଭାଗ ପରିଦର୍ଶନ କରିବା ସହ ବିଭାଗୀୟ କାର୍ଯ୍ୟାବଳୀର ସମୀକ୍ଷା କରିଛନ୍ତି। ଆଗାମୀ ଦିନରେ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ଜୀବନ ଜୀବିକାର ଉନ୍ନତି ସହ ସେମାନଙ୍କ ଅର୍ଥନୈତିକ ଅବସ୍ଥାରେ କିଭଳି ସୁଧାର ଆସିପାରିବ ତା’ ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ମନ୍ତ୍ରୀଙ୍କୁ ବିଭାଗ ତରଫରୁ ସ୍ବାଗତ କରାଯିବା ପରେ ବିଭାଗୀୟ ଅଧିକାରୀମାନେ ତାଙ୍କୁ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରାଇଥିଲେ। ବୁଣାକାର ଓ କାରିଗରଙ୍କ ଜୀବନଜୀବିକା ଏବଂ ସାମାଜିକ ସଶକ୍ତୀକରଣ ନିମନ୍ତେ ଗ୍ରହଣ କରାଯାଇଥିବା ପଦକ୍ଷେପଗୁଡ଼ିକ ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ବୁଣାକାର ଏବଂ କାରିଗରମାନେ ହେଉଛନ୍ତି ଆମ ରାଜ୍ୟର ଗର୍ବ ଓ ଗୌରବ। ସେମାନଙ୍କ ମାଧ୍ୟମରେ ଓଡ଼ିଶାର କଳା ଓ ସଂସ୍କୃତି ସମଗ୍ର ବିଶ୍ୱରେ ପରିଚିତ ଓ ପ୍ରଶଂସିତ ହୋଇଛି। ତେଣୁ ସେମାନଙ୍କ ସର୍ବାଙ୍ଗୀନ ଉନ୍ନତି ଆମର ଲକ୍ଷ୍ୟ ହେବା ଆବଶ୍ୟକ ବୋଲି ମନ୍ତ୍ରୀ କହିଥିଲେ। ବୁଣାକାର ଓ କାରିଗରଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ କରିବା ଏବଂ ସେମାନଙ୍କ ନିକଟରେ ପହଞ୍ଚତ୍ବା ପାଇଁ ପ୍ରଚେଷ୍ଟା କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମନ୍ତ୍ରୀ ଦିଆନ ପରାମର୍ଶ ଦେଇଛନ୍ତି। ବାତ୍ୟା ଫନୀ କ୍ଷତିଗ୍ରସ୍ତ ବୁଣାକାର ଓ କାରିଗରଙ୍କୁ କ୍ଷତିପୂରଣ ପ୍ରଦାନ ଲାଗି ତ୍ୱରିତ ପଦକ୍ଷେପ ନେବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। କୋଟପାଡ଼ ହସ୍ତତନ୍ତ ବସ୍ତ୍ରର ସମଗ୍ର ଦେଶରେ ବିଶେଷ ଚାହିଦା ଓ ଆକର୍ଷଣ ରହିଥିବାରୁ ଏହି ଅଞ୍ଚଳର ବିକାଶ ଉପରେ ଅଧିକ ଧ୍ୟାନ ଦେବାକୁ ସେ କହିଥିଲେ। କୋଟପାଡ଼ର ବୁଣାକାରମାନଙ୍କ ନିକଟରେ ଯେପରି ସହଜରେ କଞ୍ଚାମାଲ ଉପଲବ୍ଧ ହେବ ସେଥିପାଇଁ ସ୍ବତନ୍ତ୍ର କାର୍ଯ୍ୟଖସଡ଼ା ପ୍ରସ୍ତୁତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଏହି ସମୀକ୍ଷା ସମୟରେ ବିଭାଗୀୟ ଶାସନ ସଚିବ ଶୁଭା ଶର୍ମା, ସ୍ବତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟି, ଯୁଗ୍ମ ସଚିବ ବୃନ୍ଦାବନ ବେହେରା ଏବଂ ଅଞ୍ଜନା ପଣ୍ଡା, ବୟନଶିଳ୍ପ ନିର୍ଦ୍ଦେଶକ ସୁଶାନ୍ତ କୁମାର ବାରିକ, ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶକ ବସନ୍ତ ଦାସ ତଥା ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri