ବିଭାଗୀୟ ତଦନ୍ତ ଆରମ୍ଭ

ବଇଣ୍ଡା,୧୪।୩(ଡି.ଏନ.ଏ.)

ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ପିତାବଳୀବାହାଳ ଛକ(କନ୍ତପଡ଼ା)ଠାରୁ ବିପ୍ରଡିହ ପର୍ଯ୍ୟନ୍ତ ଦୀର୍ଘ ୧୨ କିମି ମାଟି ରାସ୍ତାକୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପକ୍କା ରାସ୍ତା ନିର୍ମାଣ କରାଯାଉଛି। ହେଲେ ଉକ୍ତ ରାସ୍ତା ଠିକାଦାର-ବିଭାଗୀୟ ଯନ୍ତ୍ରୀଙ୍କ ମଧ୍ୟରେ ସଲାସୁତୁରା ଯୋଗୁ ଅତି ନିମ୍ନମାନର ହେଉଥିବା ନେଇ ବୁଧବାର ଗୋପୀନାଥପୁର, ବିପ୍ରଡିହ, ପିତାବଳୀବାହାଳ, କେଞ୍ଚୁଆନାଳୀ ଗ୍ରାମବାସୀ ଅନୁଗୋଳ ଜିଲାପାଳଙ୍କଠାରେ ଭିଜିଲାନ୍ସ ତଦନ୍ତ କରିବା ପାଇଁ ଅଭିଯୋଗ କରିଥିଲେ। ଶୁକ୍ରବାର ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ଷଡଙ୍ଗୀ, କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସହ ଏକ ଟିମ ଉକ୍ତ ଗ୍ରାମକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି। କନ୍ତପଡ଼ା ସମିତିସଭ୍ୟ ଯଦୁମଣି ସାହୁ, ଅଜିତ କୁମାର ପ୍ରଧାନ, ଅଶ୍ୱିନୀ ପ୍ରଧାନ, ପ୍ରଦୀପ କୁମାର ପ୍ରଧାନ, ନବକୃଷ୍ଣ ସାହୁ, ବାବାଜୀ ବେହେରା, ସୁମତି ଗଡ଼ନାୟକ, ମଞ୍ଜରୀ ପ୍ରଧାନ, ବୃଷଭ ବେହେରାଙ୍କ ଉପସ୍ଥିତରେ ବିଭାଗୀୟ ଅଧିକାରୀମାନେ ତଦନ୍ତ ଆରମ୍ଭ କରିଥିଲେ। ନିର୍ମାଣ ହୋଇଥିବା ମେଣ୍ଟାଲିଂ ରାସ୍ତାକୁ ଖୋଳାଯାଇ ଭାଗ ମାପ ସମ୍ପର୍କରେ ତଦନ୍ତ କରାଯିବାସହ ଧୋଇ ହୋଇଯାଇଥିବା ରାସ୍ତାର ପୁନଃନିର୍ମାଣ ପାଇଁ ବିଭାଗୀୟ ଅଧିକାରୀମାନେ ଠିକାଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଗ୍ରାମବାସୀମାନେ ନିର୍ମାଣ ହୋଇଥିବା ପୋଲ ଗୁଡ଼ିକ ମଧ୍ୟ ନିମ୍ନମାନର କରାଯାଇଥିବା ବିଭାଗୀୟ ଅଧିକାରୀଙ୍କଠାରେ ଅଭିଯୋଗ କରିଥିଲେ। ଏ ନେଇ ମଧ୍ୟ ତଦନ୍ତ କରାଯିବ ବୋଲି ଅଧିକାରୀମାନେ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳରେ ଏହି ରାସ୍ତା ହୋଇଥିବା ଯୋଗୁ ଅତି କଦର୍ଯ୍ୟ ସହ ନିମ୍ନମାନର କରାଯାଇ ଅର୍ଥକୁ ବାଟମାରଣା କରିବା ପାଇଁ ଯୋଜନା କରାଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri