ବିଭିନ୍ନ ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ଶେରଗଡ଼,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଶେରଗଡ ବ୍ଲକ ପରିଦର୍ଶନରେ ଆସିଥିଲେ। କରୋନା ପାଇଁ ଶେରଗଡ଼ ବ୍ଲକରେ କରାଯାଇଥିବା ବିଭିନ୍ନ ପ୍ରସ୍ତୁତି ତଦାରଖ କରିବା ସହ ଆଇସୋଲେଶନ କେନ୍ଦ୍ର ବୁଲି ଦେଖିଥିଲେ। ପ୍ରଥମେ ଶେରଗଡ଼ ମହାତ୍ମା ଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଆଇସୋଲେଶନ ଗୃହ ଓ ପରେ ବରମୁଣ୍ଡଳୀ ଉଚ୍ଚ ବିଦ୍ୟାଳୟ, କୁଲାଗଡ଼ ସ୍ବାସ୍ଥ୍ୟକେନ୍ଦ୍ର, କୁଲାଗଡ଼ ମା’ କାଳୀ ଉଚ୍ଚ ବିଦ୍ୟାଳୟରେ କରାଯାଇଥିବା ଆଇସୋଲେଶନ ୱାର୍ଡ଼ ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ର ମାନଙ୍କରେ ପାଣି, ଆଲୁଅ, ପାଇଖାନା,ବେଡ୍‌ ଆଦି ବ୍ୟବସ୍ଥା ତଦାରଖ କରିଥିଲେ। ବ୍ଲକର ସମସ୍ତ ଡାକ୍ତରଖାନା ପ୍ରସ୍ତୁତ ରଖିବାକୁ ବିଡିଓ ସୁରଞ୍ଜନ କୁମାର ସାହୁଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳ କୁଲାଙ୍ଗ କୁଲାଗଡ଼ଠାରେ କେରଳରୁ ଗତ ଦୁଇଦିନ ତଳେ ଫେରଥିବା ଶ୍ରମିକଙ୍କୁ ଭେଟି ବିଭିନ୍ନ ପରାମର୍ଶ ଦେଇଥିଲେ। ବିଡିଓ ସାହୁ, ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ାଙ୍କୁ ପ୍ରତିଦିନ ଶ୍ରମିକମାନଙ୍କ ଅସ୍ଥା ବୁଝିବାସହ ତାର ତଥ୍ୟ ପ୍ରଦାନ କରିବାକୁ କହିଥିଲେ। ପରିଦର୍ଶନ ସମୟରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ, ବିଇଓ ଭାସ୍କର ଲେଙ୍କା, ସହକାରୀ ର୍ନିବାହୀ ଯନ୍ତ୍ରୀ ମହିନ୍ଦ୍ର କୁମାର ଷଡ଼ଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri