Odisha Elections 2024

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

କଣିହାଁ/ପବିତ୍ରନଗର,୮।୬ (ଡି.ଏନ.ଏ.) – କଣିହାଁ ପଞ୍ଚାୟତ ସମିତି ପବିତ୍ର ମୋହନ ସଭାଗୃହରେ ଶୁକ୍ରବାର ପାଲଲହଡ଼ା ବିଧାୟକ ମୁକେଶ ପାଲ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ତାଳଚେର ଉପଜିଲାପାଳ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ ଗୁରୁତ୍ୱଦେଇ କାର୍ଯ୍ୟ କଲେ ଜନସାଧାରଣ ଉପକୃତ ହେବେ। ଏଥିପ୍ରତି ସମସ୍ତେ ସମୟାନୁବର୍ତ୍ତିତା ହୋଇ କାର୍ଯ୍ୟ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ବିଧାୟକ ପରାମର୍ଶ ଦେଇଥିଲେ। ପ୍ରଥମ ପର୍ଯ୍ୟାୟରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟଜଳ, ସ୍ବାସ୍ଥ୍ୟ ପରିମଳ, ବିଦ୍ୟୁତ୍‌, ଖାଦ୍ୟ ସୁରକ୍ଷା, ବିଭିନ୍ନ ଭତ୍ତା, ବାସଗୃହ ଯୋଜନା, ପରିବେଶ ସୁରକ୍ଷା, ପ୍ରାଣୀ ସମ୍ପଦ ବିକାଶ, ବିଜୁ ସେତୁ ଯୋଜନା, ଭୂମିହୀନଙ୍କୁ ପଟ୍ଟା ପ୍ରଦାନ ଆଦି ଉପରେ ସମୀକ୍ଷା କରାଯାଇଥିଲା। ସେହିପରି ବକେୟା ପଡିଥିବା କାର୍ଯ୍ୟକୁ ଖୁବଶୀଘ୍ର ତ୍ୱରାନିତ୍ୱ କରିବାକୁ ବିଧାୟକ ନିର୍ଦ୍ଦେଶ ଦେଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ କଣିହାଁ ପଞ୍ଚାୟତ ସମିତି ଓ ତହସିଲର ସମସ୍ତ କର୍ମଚାରୀଙ୍କୁ ନେଇ ପୁନଃସମୀକ୍ଷା କାର୍ଯ୍ୟ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ତାଳଚେର ଉପଜିଲାପାଳ ପରେଶ ଚନ୍ଦ୍ର ନାୟକ, ବ୍ଲକ ଅଧ୍ୟକ୍ଷା ନମିତା ସାହୁ, ତହସିଲଦାର ଅଂଶୁମାନ ଶତପଥୀ, ବିଡିଓ ରମେଶ କୁମାର ଜେନା, କଣିହାଁ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ସୁମନ୍ତ କୁମାର ପଟେଲ ଯୋଗଦେଇଥିଲେ। ସେହିପରି କଣିହାଁ ବ୍ଲକ ସମଲ ବ୍ୟାରେଜ ଡାକବଙ୍ଗଳାଠାରେ ବିଧାୟକ ପାଲ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ କରିଥିଲେ। ପାଲଲହଡ଼ାକୁ ଏକ ମଡେଲ ତଥା ଆଦର୍ଶ ବିଧାନସଭା କ୍ଷେତ୍ର ଭାବେ ପରିଣତ କରାଯିବ ବୋଲି ସେ କହିଥିଲେ। ସେହିପରି ଅଞ୍ଚଳରେ ଲାଗି ରହିଥିବା ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ସମସ୍ୟାକୁ ତୁରନ୍ତ ସମାଧାନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ବିଧାୟକ କହିଥିଲେ। କଣିହଁା ବ୍ଲକ ବିଜେଡି ସଭାପତି କୈଳାସ ଚନ୍ଦ୍ର ସାହୁ, ହୀମାଞ୍ଚଳ ପଣ୍ଡା, ପ୍ରହଲ୍ଲାଦ ପ୍ରଧାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର...

ଆଜି ଢେଙ୍କାନାଳ-ଅନୁଗୋଳ ଆସୁଛନ୍ତି ମୁଖ୍ୟମନ୍ତ୍ରୀ

ଅନୁଗୋଳ,୧୭।୫ (ଅମିତ କୁମାର ସାମଲ)/ ଢେଙ୍କାନାଳ (ରତନ ନାୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୭ ତାରିଖ ଶୁକ୍ରବାର ଢେଙ୍କନାଳ ଓ ଅନୁଗୋଳ ଗସ୍ତରେ ଆସି ଦଳୀୟ...

ରାସ୍ତା ପାର୍ଶ୍ୱରେ ବସୁଛି ହାଟ

ବଇଣ୍ଡା, ୧୬ା୫ (ପରିକ୍ଷିତ ସାହୁ)ବର୍ଷ ବର୍ଷ ହେଲା ସରକାର ରାଜସ୍ବ ଆଦାୟ କରୁଛନ୍ତି। ହେଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ସାପ୍ତାହିକ ହାଟକୁ ନେଇ...

୧୫ ଲକ୍ଷ ଭଳି ମହିଳାଙ୍କ ନିକଟକୁ ୫୦ ହଜାର ଟଙ୍କାର ଭାଉଚର ଆସିବ

ଅନୁଗୋଳ,୧୫।୫(ଅମିତ କୁମାର ସାମଲ):ଅନୁଗୋଳ ଗସ୍ତରେ ଆସିଥିବା ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଶୈଳଶ୍ରୀକ୍ଷେତ୍ରରେ ଜଗନ୍ନାଥ ଓ ଏହାପରେ ମା’...

ଅନୁଗୋଳ ଆସିବେ ମୋଦି

ଅନୁଗୋଳ,୧୩।୫(ଅମିତ କୁମାର ସାମଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଅନୁଗୋଳ ଆସି ଭାଜପାର ନିର୍ବାଚନୀ ସଭାରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବା...

ଆଜି ଅନୁଗୋଳରେ ପାଣ୍ଡିଆନଙ୍କ ରୋଡ୍‌ ଶୋ

ଅନୁଗୋଳ,୧୩ା୫(ଅମିତ କୁମାର ସାମଲ): ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋମବାର ଅନୁଗୋଳ ଜିଲାରେ ଦଳୀୟ ନିର୍ବାଚନ ପ୍ରଚାରର ମଙ୍ଗ ଧରିବେ। ଅପରାହ୍ନ...

ଦଳକୁ ବଳ ଯୋଗାଇବେ ହେଭିୱେଟ୍‌

ଅନୁଗୋଳ,୧୨।୫ (ଅମିତ କୁମାର ସାମଲ)ଅନୁଗୋଳ ଜିଲାର ୫ ବିଧାନସଭା ଆସନରେ ଆସନ୍ତା ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ହାତରେ ଆଉ ମାତ୍ର ଦିନକେଇଟା ଥିବାରୁ...

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri