ଯୋଡ଼ା, ୩୧।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଏକ ଖଣିପ୍ରବଣ ଉପାନ୍ତ ଅଞ୍ଚଳ। ଏହି ଅଞ୍ଚଳରୁ କେନ୍ଦ୍ର ଓ ରାଜ୍ୟ ସରକାର ହଜାର ହଜାର କୋଟି ଟଙ୍କାର ରାଜସ୍ବ ପାଉଛନ୍ତି। ହେଲେ ଏହି ଯୋଡା ଖଣି ଅଞ୍ଚଳ ଆଜି ବି ଅବହେଳିତ ହୋଇରହିଛି। ଯୋଡାବାସୀ ବିଭିନ୍ନ ମୌଳିକ ସୁବିଧା ତଥା ଉପଯୁକ୍ତ ଶିକ୍ଷା, ସ୍ବାସ୍ଥ୍ୟ , ଗମନାଗମନ ସୁବିଧା ପ୍ରଭୃତିରୁ ଏବେ ବି ବଞ୍ଚିତ ହୋଇରହିଛନ୍ତି। ଏହାର ପ୍ରତିବାଦରେ ଯୋଡା ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବିଭିନ୍ନ ଦାବି ପୂରଣ ନେଇ ଜୁନ୍ ୧ ତାରିଖ ସୋମବାରଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧାରଣା ଦେବାପାଇଁ ଯୋଡାବାସୀଙ୍କୁ ଆହ୍ବାନ ଦିଆଯାଇଛି। ଏଥିରେ ସହରର ମହିଳା ସଂଗଠନ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ବ୍ୟବସାୟିକ ଅନୁଷ୍ଠାନ, ବୁଦ୍ଧିଜୀବୀ, ଯୁବଗୋଷ୍ଠୀ, ଯୋଡା ଟ୍ରକ୍ ମାଲିକ ସଂଘ ପ୍ରମୁଖ ସହମତି ପ୍ରଦାନ କରିଛନ୍ତି। ବିଭିନ୍ନ ଦାବି ମଧ୍ୟରେ ଯୋଡା ସହର ମଧ୍ୟ ଦେଇ ଯାଇଥିବା ରାଜ୍ୟ ରାଜପଥ ନଂ ୨ର ରଣାଶାଳ ଘାଟି ଠାରୁ ପଳାଶପଙ୍ଗା ପର୍ଯ୍ୟନ୍ତ ନବୀକରଣ ଏବଂ ପ୍ରଶସ୍ତୀକରଣ କାର୍ଯ୍ୟ ତୁରନ୍ତ ଶେଷ କରିବା, ୫୨୦ନଂ ଜାତୀୟ ରାଜପଥର କାର୍ଯ୍ୟ ତ୍ୱରାନ୍ବିତ କରିବା, ଘନ ଘନ ବିଜୁଳି କାଟ୍ର ତୁରନ୍ତ ପ୍ରତିକାର, ଯୋଡା ସହରକୁ ସ୍ବଚ୍ଛ, ପର୍ଯ୍ୟାପ୍ତ ଓ ନିୟମିତ ଜଳ ଯୋଗାଣ ବ୍ୟବସ୍ଥା କରିବା ପ୍ରଭୃତି ଦାବି କରାଯାଇଛି। ଏହି ଦାବି ପୂରଣ ନ ହେଲେ ଏହି ଧାରଣା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଦିଆଯିବ ବୋଲି ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଶିରିଶ ଚନ୍ଦ୍ର ମହାନ୍ତି କହିଛନ୍ତି।
Posted inHome, ଆମ ଜିଲା ଖବର, କେନ୍ଦୁଝର View All
ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…
୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…
ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ
ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…
ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ
ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…
କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….
କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…
ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…
ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି
ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…
ICCର ବଡ଼ ଘୋଷଣା; ଭାରତରେ ଏହି ଦିନଠୁ ଖେଳିଯିବ ବିଶ୍ବକପ୍
ନୂଆଦିଲ୍ଲୀ,୧୫ା୧୧: କ୍ରିକେଟ୍ପ୍ରେମୀଙ୍କ ପାଇଁ ବଡ଼ ଖବର । ୨୦୨୭ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନ୍ସିପ୍ ଫାଇନାଲ୍ ଓ ଦିନିକିଆ ବିଶ୍ୱକପ୍କୁ ନେଇ ଉତ୍ସାହ ମଧ୍ୟରେ ଆଗାମୀ ୧୨ଟି ପୁରୁଷ…
ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ , ବିଧାୟକ କହିଲେ…
ତୁମୁଡ଼ିବନ୍ଧ,୧୫।୧୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ତୁଟୁଲୁବାଠାରେ ନୂତନ ଭାବେ ନିର୍ମିତ ହୋଇଥିବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଭାଷୀ…

