ବିଭିନ୍ନ ଦାବିନେଇ ୱେସ୍କୋ ଅଫିସ ଆଗରେ ଧାରଣା: ନିର୍ବାହୀ ଯନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ

ବରଗଡ଼ ଅଫିସ୍‌,୫।୭: ବରଗଡ଼ ବିଦ୍ୟୁତ ଉପଭୋକ୍ତା ସଂଘ ବିଭିନ୍ନ ଦାବି ନେଇ ଶୁକ୍ରବାର ସ୍ଥାନୀୟ ଗାନ୍ଧୀଛକ ନିକଟ ୱେସ୍କୋ ଅଫିସ ଆଗରେ ଧାରଣା ଦେଇଛି । ବିଦ୍ୟୁତ ବିଭ୍ରାଟର ସମ୍ପୂର୍ଣ୍ଣ ନିରାକରଣ, ଅସୁରକ୍ଷିତ ବିଦ୍ୟୁତ ଖୁଣ୍ଟ ଓ ଟ୍ରାନ୍ସଫର୍ମର ସ୍ଥାନାନ୍ତରଣ ତଥା ସୁରକ୍ଷା ବ୍ୟବସ୍ଥା, ଉପଭୋକ୍ତାଙ୍କ ପାଇ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ, ବିଦ୍ୟୁତ ସେବାକେନ୍ଦ୍ରରେ କାର୍ଡ ପେମେଣ୍ଟରେ ୧ ପ୍ରତିଶତ ଅଧିକ ଅସୁଲି ବନ୍ଦ, ଅନାଦାୟ ବିଦ୍ୟୁତ ବିଲ ଆଦାୟ କ୍ଷେତ୍ରରେ ଓଟିଏସ(ଏକକାଳୀନ ସମାଧାନ) ଲାଗୁ ଏବଂ ଆଇପିଡିଏସ୍‌ ଯୋଜନାରେ ହେଉଥିବା ବିଭିନ୍ନ ଦୁର୍ନୀତିର ତଦନ୍ତ ଆଦି ଦାବିରେ ଧାରଣା ଦିଆଯାଇଛି । ଖବରପାଇ ୱେସ୍କୋର ନିର୍ବାହୀ ଯନ୍ତ୍ରୀ ବିଭୂତି ଭୂଷଣ ଶତପଥୀ ଧାରଣାସ୍ଥଳରେ ପହଞ୍ଚିବା ପରେ ସଂଘ ପକ୍ଷରୁ ଉପରୋକ୍ତ ଦାବି ନେଇ ତାଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଏଥିରେ ସଂଘର ଉପସଭାପତି ବିଷ୍ଣୁ ଚରଣ ଦାଶ, ସମ୍ପାଦକ ପ୍ରୀତମ ସିଂ, ପ୍ରମୋଦ ଝାଙ୍କର, କମଳ ଜୋଷୀ, ଲିପସିତ୍‌ ମିଶ୍ର, ମିନାକ୍ଷୀ ଦାଶ ପ୍ରମୁଖ ଉପସ୍ଥିତ ଥିବାବେଳେ ଆପ୍‌ ନେତା ଅମିତାଭ ପାତ୍ର ସେଠାରେ ପହଞ୍ଚି ଧାରଣାକୁ ସମର୍ଥନ ଜଣାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri