ଦୁର୍ଘଟଣା ଅପରାଧ ପାଇଁ ନିଶା ଦାୟୀ

ଫୁଲବାଣୀ ଅଫିସ,୨୬ା୬-ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନ ପରିସରରେ ଜିଲାସ୍ତରୀୟ ଆନ୍ତର୍ଜାତିକ ନିଶା ନିବାରଣ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ ଯୋଗଦେଇ ନିଶାର କୁ ପ୍ରଭାବ ଏବଂ ସମାଜରେ ଏଥିପାଇଁ ଘଟୁଥିବା ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ୯୦ ପ୍ରତିଶତ ଦୁର୍ଘଟଣା ଓ ଅପରାଧ କେବଳ ନିଶା ପାଇଁ ହେଉଥିବା କହିଥିଲେ। ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଜିଲା ଅବକାରୀ ବିଭାଗର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରଥମେ ଏକ ସଚେତନତା ଶୋଭାଯାତ୍ରା ହୋଇଥିଲା। ଏହାପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ବଳରାମ ସେଠୀ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସମୀର କୁମାର ଦାସ, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡା. ପ୍ରସନ୍ନ କୁମାର ତ୍ରିପାଠୀ, ଜିଲା ସମାଜ ମଙ୍ଗଳ ଅଧିକାରୀ ମନୋସ୍ବିନୀ ମିଶ୍ର, ଅବକାରୀ ଅଧୀକ୍ଷକ ବିମ୍ବାଧର ସେଠୀ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭୂଜଙ୍ଗ ଭୁଷଣ ରାଓ, ପ୍ରଜାପିତା ବ୍ରହ୍ମକୁମାରୀର ଭଉଣୀ ଗୀତା ପ୍ରମୁଖ ଯୋଗଦେଇ ନିଶା ସେବନର କୁପରିଣାମ ସମ୍ପର୍କରେ ମତ ରଖିଥିଲେ। ଏହି ଅବସରରେ ନିଶା ଛାଡିଥିବା ୧୦ ଜଣ ବ୍ୟକ୍ତିଙ୍କୁ ପ୍ରଜାପତି ବ୍ରହ୍ମକୁମାରୀ ପକ୍ଷରୁ ସମ୍ବର୍ଦ୍ଧନା ଦିଆ ଯାଇଥିଲା। ଭିନ୍ନକ୍ଷମ ଥଇଥାନ କେନ୍ଦ୍ରର ଅଧିକାରୀ ଅକ୍ଷୟ ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri