ବିଭିନ୍ନ ଦୋକାନ ବୁଲିଲେ ଯୋଗାଣ ନିରୀକ୍ଷକ: ଚଢାଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୨୮୩(ଡି.ଏନ.ଏ)- କରୋନା ସଂକ୍ରମଣ ପ୍ରତିହତ ପାଇଁ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେଉଥିବା ବେଳେ ସମସ୍ତ ଗଁା, ବଜାର ଏବେ ଖାଁ ଖାଁ ଲାଗୁଛି। ଲୋକେ ବାରମ୍ବାର ଘରୁ ପଦାକୁ ନବାହାରିବାକୁ ସଚେତନ କରାଯାଉଥିବାବେଳେ ସକାଳ ୭ ରୁ ପୂର୍ବାହ୍ନ ୧୧ଟା ମଧ୍ୟରେ ରାଶନ ଦୋକାନ ସହ ପନିପରିବା ଦୋକାନ ଆଦି ଖୋଲା ରହୁଛି। ହେଲେ ଲୋକେ ଅତ୍ୟାବଶ୍ୟକୀୟ ସାମଗ୍ରୀ କାଳେ ନିଅଣ୍ଟ ପଡ଼ିବ ଏବଂ ବାରମ୍ବାର ବଜାରକୁ ଦୌଡ଼ିଲେ ପୋଲିସ ପ୍ରଶାସନର କାର୍ଯ୍ୟାନୁଷ୍ଠାନକୁ ନେଇ ଆତଙ୍କିତ ହୋଇ ଆବଶ୍ୟକତା ଠାରୁ ଅଧିକା ରଶନ, ପନିପରିବା କିଣୁଛନ୍ତି। ଏହାର ଫାଇଦା ନେଇ ଅସାଧୁ ବ୍ୟବସାୟୀ ଚଢ଼ା ଦରରେ ବିକ୍ରୀ କରିବା ସହ ଆଗକୁ ଆହୁରି ଦର ବୃଦ୍ଧି ପାଇବା ଆଶଙ୍କା କରି ଗାଦାମରେ ଗଚ୍ଛିତ ରଖୁଥିବା ଖବର ପାଇ ଦାରିଙ୍ଗବାଡ଼ି ଯୋଗାଣ ନିରୀକ୍ଷକ ନିହାର ରଞ୍ଜନ ବେହେରା ବ୍ଲକର ବିଭିନ୍ନ ଦୋକନ ଉପରେ ଚଢାଉ କରିବା ସହ ଯେଉଁମାନେ ଉଚ୍ଚା ଦରରେ ବିକ୍ରି କରି ଗ୍ରାହକଙ୍କୁ ଲୁଟୁଛନ୍ତି ସେମାନଙ୍କୁ ଉପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ଖିଲାପକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ପୂର୍ବରୁ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ଏବଂ ଆଇଆଇସି କୌଶିକ ମାଝୀ ମଧ୍ୟ କଳାବଜାର ନ କରିବାକୁ ବ୍ୟବସାୟୀଙ୍କୁ ପରାମର୍ଶ ଦେଇସାରିଛନ୍ତି। କେତେଜଣ ବ୍ୟବସାୟୀ ବ୍ରହ୍ମପୁର ଯାଇ ରାସନ ସାମଗ୍ରୀ ନେଇ ପହଞ୍ଚତ୍ଛନ୍ତି। ସେହିପରି ବ୍ରାହ୍ମଣୀଗାଁରେ ମଧ୍ୟ ଥାନା ଅଧିକାରୀ ରଞ୍ଜିତ କୁମାର ମୁନୀ ସମସ୍ତ ବ୍ୟବସାୟୀଙ୍କୁ ଡାକି ସାଧାରଣ ଲୋକଙ୍କ ନିକଟରେ କିଭଳି ସମସ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇଦିଆଯାଇପରିବ ଏବଂ କଳାବଜାରି ନହେବ ସେନେଇ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri