ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ବିଧାୟକ

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୪ା୧୨(ଡି.ଏନ୍‌.ଏ)- ବଡ଼ଚଣା ବ୍ଲକ ଅର୍ନ୍ତଗତ ବାଲିଚନ୍ଦ୍ରପୁର ପଞ୍ଚାୟତର ୫ଗୋଟି ପ୍ରକଳ୍ପକୁ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥି ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି। ଏହି ପଞ୍ଚାୟତ ଅର୍ନ୍ତଗତ ୭ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ରୁକୁଟିପାଟ ଅଙ୍ଗନଓ୍ବାଡ଼ି ଗୃହ, ନାନପୁର ପଟଣାଠାରେ ୩ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଜନମଙ୍ଗଳ ପାଠାଗାର ଗୃହ, ନାନପୁରଠାରେ ଉତ୍ତରେଶ୍ୱର ମହାଦେବଙ୍କ କୋଠଘର, ୭ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ମା’ ବୁଢୀ ଜାଗୁଳାଇ କୋଠଘର ସମେତ ନାନପୁରଠାରେ ଥିବା ଏକ ଅଙ୍ଗନଓ୍ବାଡ଼ି ଗୃହକୁ ବିଧାୟକ ଶତପଥି ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଏହାକୁ ଉଦ୍‌ଘାଟନ କରି ଗ୍ରାମାଞ୍ଚଳର ବିକାଶ ପାଇଁ ନବୀନ ପଟ୍ଟନାୟକ ଆମ ଗାଁ ଆମ ବିକାଶ ଯୋଜନା କରିଛନ୍ତି। ସେଥିପାଇଁ ବିଭିନ୍ନ ଗ୍ରାମରେ କୋଠଘର ନିର୍ମାଣ ହୋଇପାରୁଛି। ଏହି ବିକାଶ ପ୍ରକ୍ରିୟାରେ ସମସ୍ତେ ସାମିଲ ହେବା ପାଇଁ ସେ ଆହ୍ବାନ ଦେଇଛନ୍ତି। ଏହି ଅବସରରେ ରୁକୁଟି ପାଟଠାରେ ବାଲିଚନ୍ଦ୍ରପୁର ସରପଞ୍ଚ ଫନୀନ୍ଦ୍ର ନାଥ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲାପରିଷଦ ସଭ୍ୟ ଅରବିନ୍ଦ ସାମଲ, ବିପିନ ବିହାରୀ ଜେନା, ଇତିଶ୍ରୀ ସାମଲ, ଯୁବ ବିଜେଡି ସଭାପତି ଗଣେଶ୍ୱର ବରାଳ, କିରର କୁମାର ଶତପଥି, ସୌଭାଗ୍ୟ ଲକ୍ଷ୍ମୀ ବଳ, ସମିତି ସଭ୍ୟ ଅମୀୟ କୁମାର ବିଶ୍ୱାଳ, ସୁରେଶ ଚନ୍ଦ୍ର ନାୟକ ପ୍ରମୁଖ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ବାଲିଚନ୍ଦ୍ରପୁରଛକଠାରୁ ଏକ ମୋଟର ସାଇକେଲ ରାଲିରେ ଶତପଥି ବିଭିନ୍ନ ଗ୍ରାମ ପରିକ୍ରମା କରିଥିଲେ। ଅଭିମନ୍ୟୁ ବଳ, ଦିଲିପ କୁମାର ଷେଣ୍ଢ, ଭାଗ୍ୟଧର ବିଶ୍ୱାଳ, ଅନନ୍ତ କୁମାର ସିଂହ, ଉଗ୍ରସେନ ବିଶ୍ୱାଳ, ଅର୍ନ୍ତଯ୍ୟାମୀ ନାୟକ, ଶ୍ୟାମସୁନ୍ଦର ଦାସ ପ୍ରମୁଖ ଶୋଭାଯାତ୍ରାର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri