ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ବିଧାୟକ

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୪ା୧୨(ଡି.ଏନ୍‌.ଏ)- ବଡ଼ଚଣା ବ୍ଲକ ଅର୍ନ୍ତଗତ ବାଲିଚନ୍ଦ୍ରପୁର ପଞ୍ଚାୟତର ୫ଗୋଟି ପ୍ରକଳ୍ପକୁ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥି ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି। ଏହି ପଞ୍ଚାୟତ ଅର୍ନ୍ତଗତ ୭ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ରୁକୁଟିପାଟ ଅଙ୍ଗନଓ୍ବାଡ଼ି ଗୃହ, ନାନପୁର ପଟଣାଠାରେ ୩ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଜନମଙ୍ଗଳ ପାଠାଗାର ଗୃହ, ନାନପୁରଠାରେ ଉତ୍ତରେଶ୍ୱର ମହାଦେବଙ୍କ କୋଠଘର, ୭ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ମା’ ବୁଢୀ ଜାଗୁଳାଇ କୋଠଘର ସମେତ ନାନପୁରଠାରେ ଥିବା ଏକ ଅଙ୍ଗନଓ୍ବାଡ଼ି ଗୃହକୁ ବିଧାୟକ ଶତପଥି ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଏହାକୁ ଉଦ୍‌ଘାଟନ କରି ଗ୍ରାମାଞ୍ଚଳର ବିକାଶ ପାଇଁ ନବୀନ ପଟ୍ଟନାୟକ ଆମ ଗାଁ ଆମ ବିକାଶ ଯୋଜନା କରିଛନ୍ତି। ସେଥିପାଇଁ ବିଭିନ୍ନ ଗ୍ରାମରେ କୋଠଘର ନିର୍ମାଣ ହୋଇପାରୁଛି। ଏହି ବିକାଶ ପ୍ରକ୍ରିୟାରେ ସମସ୍ତେ ସାମିଲ ହେବା ପାଇଁ ସେ ଆହ୍ବାନ ଦେଇଛନ୍ତି। ଏହି ଅବସରରେ ରୁକୁଟି ପାଟଠାରେ ବାଲିଚନ୍ଦ୍ରପୁର ସରପଞ୍ଚ ଫନୀନ୍ଦ୍ର ନାଥ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲାପରିଷଦ ସଭ୍ୟ ଅରବିନ୍ଦ ସାମଲ, ବିପିନ ବିହାରୀ ଜେନା, ଇତିଶ୍ରୀ ସାମଲ, ଯୁବ ବିଜେଡି ସଭାପତି ଗଣେଶ୍ୱର ବରାଳ, କିରର କୁମାର ଶତପଥି, ସୌଭାଗ୍ୟ ଲକ୍ଷ୍ମୀ ବଳ, ସମିତି ସଭ୍ୟ ଅମୀୟ କୁମାର ବିଶ୍ୱାଳ, ସୁରେଶ ଚନ୍ଦ୍ର ନାୟକ ପ୍ରମୁଖ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ବାଲିଚନ୍ଦ୍ରପୁରଛକଠାରୁ ଏକ ମୋଟର ସାଇକେଲ ରାଲିରେ ଶତପଥି ବିଭିନ୍ନ ଗ୍ରାମ ପରିକ୍ରମା କରିଥିଲେ। ଅଭିମନ୍ୟୁ ବଳ, ଦିଲିପ କୁମାର ଷେଣ୍ଢ, ଭାଗ୍ୟଧର ବିଶ୍ୱାଳ, ଅନନ୍ତ କୁମାର ସିଂହ, ଉଗ୍ରସେନ ବିଶ୍ୱାଳ, ଅର୍ନ୍ତଯ୍ୟାମୀ ନାୟକ, ଶ୍ୟାମସୁନ୍ଦର ଦାସ ପ୍ରମୁଖ ଶୋଭାଯାତ୍ରାର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri