ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ଜିଲାପାଳ

ଦାରିଙ୍ଗବାଡ଼ି,୪।୧୨(ଡି.ଏନ.ଏ)-କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ମଙ୍ଗଳବାର ଦାରିଙ୍ଗବାଡ଼ି ଗସ୍ତ କରିଛନ୍ତ। ପ୍ରଥମେ ତହସିଲ କାର୍ଯ୍ୟାଳୟରେ ପହଞ୍ଚତ୍ କାଗଜପତ୍ର ଯାଞ୍ଚ କରିବା ସହ ତହସିଲଦାର ନୀତିଶ ତ୍ରୀପାଠିଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ପରେ ଦାରିଙ୍ଗବାଡ଼ି ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିଥିଲେ। ଦାରିଙ୍ଗବାଡ଼ି ପଞ୍ଚାୟତର ଡବେରୀ ପାନୀୟ ଜଳ ପ୍ରକଳ୍ପ ସମେତ ଶ୍ରାନିକେତା, ସୁଲୁମାହା, ସିମନବାଡ଼ି, ବାଡାବାଙ୍ଗା ଏବଂ ସିକକେତାର ନୂତନ ପାନୀୟଜଳ ପ୍ରକଳ୍ପ ବୁଲି ଦେଖିଛନ୍ତି। ୫୯ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାରଣରୁ ସୁଲୁମାହାରେ ପାନୀୟଜଳ ପ୍ରକଳ୍ପର ପାଇପ ଗୁଡ଼ିକ ଫାଟି ନଷ୍ଟ ହୋଇଛି ସେ ସମ୍ପର୍କରେ ଲୋକ ଅଭିଯୋଗ କରିଥିଲେ। ରାସ୍ତା ସମ୍ପ୍ରସାରଣ କାମ ଶେଷପରେ ତାକୁ ମରାମତି କରାଯିବ ଏବଂ ଆବଶ୍ୟକସ୍ଥଳେ ନୂତନ ପାଇପ୍‌ ପକାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଥିଲା। ସେହିପରି ସୁଲୁମାହାଠାରେ ଏକ ଚେକଡ୍ୟାମ କାର୍ଯ୍ୟ ଚାଲିଥିବାବେଳେ କେତେକ ତ୍ରୁଟି ରହିଥିବା ଦେଖି ଜିଲାପାଳ ଉଦ୍‌ବେଗ ପ୍ରକାଶ କରିବା ସହ ତାକୁ ସଜାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳଙ୍କ ଗସ୍ତ ସମୟରେ ଜଳ ଓ ପରିମଳ ବିଭାଗର ନିର୍ବାହୀ ଯନ୍ତ୍ରୀ ସୁରେଶ ଚନ୍ଦ୍ର ମହନ୍ତଙ୍କ ସମେତ ସହକାରୀ ନିର୍ବାହୀ ଯନ୍ତ୍ରୀ ଅମିତ କୁମାର ସେଠି, କନିଷ୍ଠ ଯନ୍ତ୍ରୀ ଜ୍ୟୋତିରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ପାରମ୍ପରିକ ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ପ୍ରୟାସ

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି ସଭାଗୃହଠାରେ ‘ହିମକନ୍ୟା’ ଭାଷା, ସାହିତ୍ୟ ଓ ସାଂସ୍କୃତିକ ପରିଷଦର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି। ଏହି ପରିଷଦର ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri