ବିଭିନ୍ନ ଶିକ୍ଷାନୁଷ୍ଠାନରେ ଜନ୍ମାଷ୍ଟମୀ : କୃଷ୍ଣବଳରାମ ବେଶରେ ଛାତ୍ରୀଛାତ୍ର

କର୍ଲାମୁଣ୍ଡା,୨୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷକ ସୋମନାଥ ସାହୁ , ସମ୍ମାନିତ ଅତିଥି ଭାବେ ଶିଶୁମନ୍ଦିର କୋଷାଧ୍ୟକ୍ଷ ଡୋଳାମଣି ଭୋଇ, ସଂପାଦକ ଗୁରବାରୁ ସାହୁ, ମୁଖ୍ୟବକ୍ତା ଭାବେ ଗୁରୁଜୀ ତୁମେଶ୍ୱର ସାହୁ ପ୍ରମୁଖ ଯୋଗଦେଇ ଜନ୍ମାଷ୍ଟମୀ ପାଳନର ଲକ୍ଷ୍ୟ/ଉଦ୍ଦେଶ୍ୟ କହିବା ସହ ଭାଇଭଉଣୀମାନଙ୍କୁ ଆଧ୍ୟାତ୍ମିକ ଭାବନା ପ୍ରତି ମନ ନିବେଶ କରିବାକୁ ପରାମର୍ଶ ଦେଇଥିଲେ। ଏଥିରେ ସରସ୍ବତୀ ଶିଶୁମନ୍ଦିର ପ୍ରଧାନ ଆଚାର୍ଯ୍ୟ ଶାନ୍ତନୁ କୁମାର ମିଶ୍ର ସ୍ବାଗତ ଭାଷଣ ଦେଇଥିବାବେଳେ ଗୁରୁଜୀ ଲକ୍ଷ୍ମୀକାନ୍ତ ଜ୍ୟୋତିଷ ସଂଯୋଜନା କରିଥିଲେ। ପ୍ରତିଯୋଗିତାରେ ୨୮ଜଣ ଭାଇ ଭଉଣୀ କୃଷ୍ଣ, ବଳରାମ, ରାଧା, ସୁଦାମାଙ୍କ ବିଭିନ୍ନ ବେଶରେ ସଜ୍ଜିତ ହୋଇ ଡୁକେରମାଲ ଓ ବ୍ଲକ କଲୋନୀ ନଗର ପରିକ୍ରମା କରିଥିଲେ। ସେହିପରି ବ୍ଲକ ସଦରସ୍ଥିତ ସ୍ବାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ, କୁର୍ଶୁଲା ସରସ୍ବତୀ ଶିଶୁମନ୍ଦିର, ଭଟାପଲା ସରସ୍ବତୀ ଶିଶୁମନ୍ଦିର, ରିଷିଡ଼ା ସରସ୍ବତୀ ଶିଶୁମନ୍ଦିରରେ ମଧ୍ୟ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?