ବିଭିନ୍ନ ସମସ୍ୟା ନେଇ ସିପିଆଇର ଗଣବିକ୍ଷୋଭ

ଏରସମା,୨୭ା୫(ସ୍ବ.ପ୍ର.): ଏରସମା ବ୍ଲକ ମୁଖ୍ୟାଳୟସ୍ଥିତ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ସିପିଆଇ ରାଜ୍ୟ ପରିଷଦ ଓ କୃଷକ ସଭାର ସର୍ବଭାରତୀୟ ପ୍ରତିବାଦ ଦିବସ ଅବସରରେ ବିଭିନ୍ନ ସମସ୍ୟାନେଇ ଗଣବିକ୍ଷୋଭ ଅନୁଷ୍ଠିତ ହୋଇଛି। ଏରସମା ସିପିଆଇ କାର୍ଯ୍ୟାଳୟରୁ ସାମାଜିକ ଦୂରତା ରକ୍ଷାକରି ଜିଲା ସମ୍ପାଦକ ଅଭିଜିତ ସାହୁ ଓ କୃଷକ ସଭା ରାଜ୍ୟ ସଭାପତି ଶଶିଭୂଷଣ ସ୍ବାଇଁଙ୍କ ନେତୃତ୍ୱରେ ଶତାଧିକ ଜନସାଧାରଣ ଏକ ଶୋଭାଯାତ୍ରାରେ ବିଭିନ୍ନ ସ୍ଲୋଗାନ ଦେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଗଣ ବିକ୍ଷୋଭ କରିଥିଲେ।
ଏଥିରେ ଅମ୍ଫନ ବାତ୍ୟାର କ୍ଷୟକ୍ଷତି ଆକଳନ କରି ତୁରନ୍ତ କ୍ଷତି ପୂରଣ ପ୍ରଦାନ କରିବା, କୃଷି ଋଣ ଛାଡ, ବିନା ସୁଧରେ ନୂତନ କୃଷି ଋଣ ଯୋଗାଇ ଦେବା, ଟିକସ ଦେଉନଥିବା ସମସ୍ତ ଲୋକଙ୍କ ବିଜୁଳି, ପାଣି ବିଲ୍‌ ଓ ସମସ୍ତ ପ୍ରକାର ଇଏମଆଇ ୩ ମାସ ପାଇଁ ଛାଡ କରିବା, ନୂତନ ଚାଷ ପାଇଁ ଚାଷୀଙ୍କୁ ବିହନ ସାର ଓ କୀଟନାଶକ ମାଗଣାରେ ଯୋଗାଇଦେବା, ଶ୍ରମଆଇନର ସଂଶୋଧନକୁ ତୁରନ୍ତ ବାତିଲ କରିବା ସହିତ ୮ଘଣ୍ଟିଆ ଶ୍ରମ ଦିବସର ପୁନଃପ୍ରଚଳନ କରିବା, ଧାନ ବିକ୍ରି ପାଇଁ ଟୋକନ ପାଇଥିବା ସମସ୍ତ ଚାଷୀଙ୍କ ଧାନ ସରକାର କ୍ରୟ କରିବା, ପ୍ରବାସୀ ଶ୍ରମିକ ପରିବାରକୁ ୧୦,୦୦୦ଟଙ୍କା କରୋନା ସହାୟତା ପ୍ରଦାନ କରିବା, ମନରେଗା କାର୍ଯ୍ୟକୁ ଠିକ ଭାବରେ କରିବା, ଛାତ୍ରୀଛାତ୍ରଙ୍କ ଫି ଛାଡ କରିବା ଆଦି ଦାବି ରହିଥିଲା। ଏସବୁ ଦାବିଗୁଡିକୁ ନେଇ ୨ଟି ଦାବିପତ୍ର ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସିପିଆଇ ଓ କୃଷକ ସଭା ପକ୍ଷରୁ ତହସିଲଦାରଙ୍କୁ ପ୍ରଦାନ କରାଯାଇଥିଲା। ଏଥିରେ ରାମଚନ୍ଦ୍ର ମୁଦୁଲି, ସିପିଆଇ ଜୋନ ସହ ସମ୍ପାଦକ ସର୍ବେଶ୍ୱର ବେଉରା, ଯୁବସଂଘ ଜିଲା ସମ୍ପାଦକ ଦେବାଶିଷ ସ୍ବାଇଁ, ନଟବର ବାରିକ, ବାସୁଦେବ ଖଣ୍ଡୁଆଳ, ରବୀନ୍ଦ୍ର ପାଇଟଳ, ସନ୍ଧ୍ୟା ପ୍ରମାଣିକ ଓ ଅଜୟ ଗାଉଣିଆ ଉପସ୍ଥିତ ଥିଲେ। ସଭାକୁ ସିପିଆଇ ବ୍ଲକ ସମ୍ପାଦକ ବଂଶୀଧର ବେହେରା ଓ କୃଷକ ସଭାର ବ୍ଲକ ସଭାପତି ଦାମୋଦର ବେହେରା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri