Posted inଜାତୀୟ

ବିମଲ ଜୁଲ୍‌କା ସିଆଇସି

ନୂଆଦିଲ୍ଲୀ,୭ା୩(ପି.ଟି.): ସୂଚନା କମିଶନର ବିମଲ ଜୁଲ୍‌କାଙ୍କୁ ଶୁକ୍ରବାର ମୁଖ୍ୟ ସୂଚନା କମିଶନର (ସିଆଇସି) ଭାବେ ନିଯୁକ୍ତି ମିଳିଛି। ଜାନୁୟାରୀ ୧୧ରେ ସିଆଇସି ସୁଧୀର ଭାର୍ଗବ ଅବସର ନେବା ପରଠୁ ଏହି ପଦବୀ ଖାଲି ପଡ଼ିଥିଲା। ତାଙ୍କ ସ୍ଥାନରେ ଜୁଲ୍‌କାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସିଆଇସି ନିଯୁକ୍ତ କରିଛନ୍ତି। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।
କୋବିନ୍ଦ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ବିମଲ ଜୁଲ୍‌କାଙ୍କୁ ଦେଶର ନୂଆ ସିଆଇସି ଭାବେ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ୧୯୭୯ ବ୍ୟାଚ୍‌ ମଧ୍ୟପ୍ରଦେଶ କ୍ୟାଡରର ଆଇଏଏସ୍‌ ଅଧିକାରୀ (ଅବସରପ୍ରାପ୍ତ) ଜୁଲ୍‌କା ପୂର୍ବରୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରିସାରିଛନ୍ତି। ତାଙ୍କୁ ଏହି ଦୁର୍ନୀତି ନିରୋଧୀ ଜଗୁଆଳି ସଂସ୍ଥାର ମୁଖ୍ୟ ଭାବେ ଅବସ୍ଥାପିତ କରାଯିବା ପରେ ସୂଚନା କମିଶନଙ୍କ କାର୍ଯ୍ୟାଳୟରେ ଆଉ ୫ ସୂଚନା କମିଶନର ପଦବୀ ଖାଲିପଡ଼ିଛି। ଏବେ ସିଆଇସିରେ ୬ କମିଶନର କାର୍ଯ୍ୟରତ ଅଛନ୍ତି। ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଜୁଲ୍‌କାଙ୍କ ନିଯୁକ୍ତିକୁ ବିରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?