ବିମାନ ଉଡ଼ାଇଲେ ଆଦିବାସୀ ଝିଅ -ମାଲକାନଗିରି ଜିଲାର ପ୍ରଥମ ମହିଳା ପାଇଲଟ ଅନୁପ୍ରିୟା ଲାକ୍ରା

ମାଲକାନଗିରି,୮।୯(ଡି.ଏନ୍‌.ଏ.)ଆକାଶ ଛୁଇଁବା, ପକ୍ଷୀ ଭଳି ଉଡ଼ିବାର ଇଚ୍ଛା ଥିଲା। ଦୀର୍ଘ ୭ ବର୍ଷର ତାଲିମ ପରେ ଏବେ ତାହା ସାକାର ହୋଇଛି। ମାଲକାନଗିରି ଭଳି ଉପାନ୍ତ ଓ ମାଓବାଦୀ ଅଧ୍ୟୁଷିତ ଅଞ୍ଚଳର ଜଣେ ଆଦିବାସୀ ଝିଅ ଅନୁପ୍ରିୟା ଲାକ୍ରା ଆକାଶରେ ବିମାନ ଉଡ଼ାଇବା ପାଇଁ ଦେଖିଥିବା ସ୍ବପ୍ନ ପୂରଣ କରିଛନ୍ତି। ସେ ଏବେ ନିଜ ଜିଲାର ପ୍ରଥମ ମହିଳା ପାଇଲଟ ପାଲଟି ଯାଇଛନ୍ତି।
ଓଡ଼ିଶା ପୋଲିସ୍‌ରେ ହାବିଲଦାର ଭାବେ କାମ କରୁଥିବା ମାରିନିୟସ ଲାକ୍ରା ଓ ଗୃହିଣୀ ଜାମାଜ୍‌ ୟାସମିନ୍‌ ଲାକ୍ରାଙ୍କ ଝିଅ ଅନୁପ୍ରିୟା। ମାଲକାନଗିରିସ୍ଥିତ ଦୀପ୍ତି କନ୍‌ଭେଣ୍ଟ ସ୍କୁଲରେ ପାଠପଢ଼ା ଆରମ୍ଭ କରିଥିଲେ ଅନୁପ୍ରିୟା। ସେଠାରୁ ପ୍ରାଥମିକ ପଢ଼ା ସାରି ସେମିଳିଗୁଡା ଜୀବନଜ୍ୟୋତି ବିଦ୍ୟାଳୟରେ ଯୁକ୍ତ ଦୁଇ ପର୍ଯ୍ୟନ୍ତ ପଢ଼ିଥିଲେ। ପରେ ଭୁବନେଶ୍ୱରରେ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମ ଲେଖାଇଥିଲେ। ପିଲାବେଳୁ ତାଙ୍କ ସ୍ବପ୍ନ ଥିଲା ପାଇଲଟ୍‌ ହେବା। ଏହି ସ୍ବପ୍ନକୁ ସାକାର କରିବା ପାଇଁ ସେ ଇଞ୍ଜିନିୟରିଂ ପାଠ ଅଧାରୁ ଛାଡ଼ିଥିଲେ। ପରେ ଭୁବନେଶ୍ୱରର ଏକ ଇନ୍‌ଷ୍ଟିଚ୍ୟୁଟ୍‌ରେ ପାଇଲଟ୍‌ ତାଲିମ ପାଇଁ ଆବେଦନ କରିଥିଲେ। ପରେ ଦିଲ୍ଲୀ, ବେଙ୍ଗାଲୁରୁ ଓ ମୁମ୍ବାଇର ବିଭିନ୍ନ ସ୍ଥାନରେ ପାଇଲଟ ନିମନ୍ତେ ପ୍ରବେଶିକା ପରୀକ୍ଷା ଦେଇଥିଲେ। ଏଥିରେ ଯୋଗ୍ୟ ବିବେଚିତ ହେବା ପରେ ୨୦୧୨ରୁ ଭୁବନେଶ୍ୱରସ୍ଥିତ ଏକ ପାଇଲଟ୍‌ ତାଲିମ କେନ୍ଦ୍ରରେ ତାଙ୍କର ସ୍ବତନ୍ତ୍ର ତାଲିମ ଆରମ୍ଭ ହୋଇଥିଲା। ଚଳିତ ମାସରେ ତାଲିମ ଶେଷ ହେବାପରେ ତାଙ୍କୁ ଏକ ଘରୋଇ କମ୍ପାନୀରେ କୋ-ପାଇଲଟ ଭାବେ ନିଯୁକ୍ତି ମିଳିଛି। ଆଦିବାସୀ ଅଞ୍ଚଳରୁ ଆସି ଏତେ ବଡ଼ ସ୍ବପ୍ନ ପୂରା କରିବା ସହଜ ନ ଥିଲା। ବାପା ମା’ଙ୍କ ଅବଦାନ ଓ ନିଜର ଦୃଢ଼ ଇଚ୍ଛାଶକ୍ତି ପାଇଁ ଏହା ସମ୍ଭବ ହେଲା ବୋଲି ଅନୁପ୍ରିୟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri