ବିମାନ, ଟ୍ରେନ୍‌ରୁ ଏକାଥରକେ ଓହ୍ଲାଇବେନି ଯାତ୍ରୀ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରେଳ ବା ବିମାନ ଯୋଗେ ଫେରୁଥିବା ଲୋକଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ପାଇଁ ବିମାନ ବନ୍ଦରରେ ୨ଟି ଓ ଭୁବନେଶ୍ୱର ରେଳ ଷ୍ଟେଶନରେ ୭ଟି ପଞ୍ଜୀକରଣ କାଉଣ୍ଟର କରାଯାଇଛି। ସେମାନେ ଏକାଥରକେ ଓହ୍ଲାଇବେ ନାହିଁ। ଥରକେ ବିମାନରୁ ୨୦ଜଣ ଲେଖାଏ ଯାତ୍ରୀ ଓହ୍ଲାଇବା ସହ ଭାଗ ଭାଗ ହୋଇ ଦୁଇଟି କାଉଣ୍ଟରରେ ନାମ ପଞ୍ଜୀକରଣ କରିବେ। ସେହିପରି ରେଳ ଷ୍ଟେଶନରେ ୩ବଗି ପାଇଁ ଗୋଟିଏ ପଞ୍ଜୀକରଣ କାଉଣ୍ଟର କାମ କରିବ। ଯାତ୍ରୀମାନେ ପର୍ଯ୍ୟାୟକ୍ରମେ ଓହ୍ଲାଇ ପଞ୍ଜୀକରଣ କେନ୍ଦ୍ରକୁ ଆସି ନାମ ପଞ୍ଜୀକରଣ କରିବେ। ସବୁଠି ଯାତ୍ରୀମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯିବ। କରୋନା ଲକ୍ଷଣ ଦେଖାଦେଲେ ତାଙ୍କୁ ସିଧା କୋଭିଡ୍‌ ହସ୍ପିଟାଲକୁ ପଠାଇ ଦିଆଯିବ ବୋଲି ବିଏମ୍‌ସି କମିଶନର ପ୍ରେମ୍‌ଚନ୍ଦ୍ର ଚୌଧାରୀ କହିଛନ୍ତି।
ଗୁରୁବାର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଓ ଭୁବନେଶ୍ୱର ରେଳ ଷ୍ଟେଶନରେ ଫେରନ୍ତାଙ୍କ ପାଇଁ ହୋଇଥିବା ବ୍ୟବସ୍ଥାର ଯାଞ୍ଚବେଳେ ଚୌଧାରୀ କହିଲେ, ବିମାନଯାତ୍ରୀଙ୍କ ତଥ୍ୟ ସମ୍ପୃକ୍ତ ଜିଲା ଓ ପରିବାର ଲୋକଙ୍କୁ ଜଣାଇ ଦିଆଯିବ। ସେମାନଙ୍କ ସ୍କ୍ରିନିଂ ପରେ ହାତରେ ଅଲିଭା କାଳିରେ ଷ୍ଟାମ୍ପ ଲଗାଯିବ। ଯାତ୍ରୀଙ୍କୁ ମୁଖ୍ୟତଃ ନିଜ ଗାଡ଼ିରେ ଯିବାକୁ ଅନୁମତି ଦିଆଯାଇଛି। ନିଜ ଗାଡ଼ି ନ ଥିଲେ ସେମାନଙ୍କ ପାଇଁ କିଛି ସୀମିତ କ୍ୟାବ୍‌ ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱର ଓ କଟକର ବିମାନଯାତ୍ରୀ ଚାହିଁଲେ ମୋ ବସ୍‌ରେ ଯାଇପାରିବେ। କେଉଁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ଚାହୁଁଛନ୍ତି ସେସମ୍ପର୍କରେ ତଥ୍ୟ ଦେବେ। କ୍ୱାରାଣ୍ଟାଇନ୍‌ ନିୟମ ଭାଙ୍ଗିଲେ ଏପିଡେମିକ ଆକ୍ଟରେ କାର୍ଯ୍ୟାନୁଷ୍ଠାନ ହେବ। ଦେହ ଖରାପ ହେଲେ ହୋମ୍‌ କ୍ୱାରାଣ୍ଟାଇନ୍‌ ନିୟମ ଭଙ୍ଗ ନ କରି ୧୦୪କୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି।
ସେହିପରି ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଆସୁଥିବା ଯାତ୍ରୀଙ୍କ ପାଇଁ ମଧ୍ୟ ସମାନ ନିୟମ ଲାଗୁ ହେବ ଓ ସମାନ ବ୍ୟବସ୍ଥା ରହିଥିବା ଡେପୁଟି କମିଶନର ଶୁଭେନ୍ଦୁ ସାହୁ କହିଛନ୍ତି। ଭୁବନେଶ୍ୱରରେ ଯାତ୍ରୀ ଓହ୍ଲାଇବାବେଳେ ଷ୍ଟେଶନ ସିଲ୍‌ ହେବ। ଷ୍ଟେଶନରୁ ବାହାରିବା ପରେ ବାଟରେ କେଉଁଠି ନ ଅଟକି ସିଧା ହୋମ୍‌ କିମ୍ବା ଅନ୍ୟ କ୍ୱାରାଣ୍ଟାଇନ୍‌ରେ ରହିବେ। ପ୍ରବାସୀ ଯାତ୍ରୀମାନେ ସେମାନଙ୍କ ବୈଧ ଟ୍ରେନ୍‌ ଟିକେଟ୍‌କୁ ପାସ୍‌ ଭାବେ ବ୍ୟବହାର କରିପାରିବେ। ଅନ୍ୟପକ୍ଷରେ ଏଠାରୁ ଯାଉଥିବା ଲୋକେ ମଧ୍ୟ ପ୍ଲାଟଫର୍ମରେ ପ୍ରବେଶବେଳେ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହେବ। ଷ୍ଟେଶନ ଭିତରକୁ କେବଳ ଟିକେଟ୍‌ଧାରୀଙ୍କ ବ୍ୟତୀତ ଅନ୍ୟ କେହି ପ୍ରବେଶ କରିପାରିବେ ନାହିଁ ବୋଲି ଡେପୁଟି କମିଶନର ସାହୁ କହିଛନ୍ତି।
ଯାଞ୍ଚବେଳେ ରାଜ୍ୟ ମହିଳା ଓ ଶିଶୁ ବିଭାଗର ପ୍ରମୁଖ ଶାସନ ସଚିବ ତଥା କୋଭିଡ୍‌ ପର୍ଯ୍ୟବେକ୍ଷକ ଅନୁ ଗର୍ଗ, ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ, ଟ୍ରାଫିକ ଡିସିପି ସାଗରିକା ନାଥ, ଭୁବନେଶ୍ୱର ଡିସିପି ଅନୁପ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପୋଲିସ କମିଶନର ଷଡ଼ଙ୍ଗୀ ଟୁଇଟ୍‌ କରି କହିଛନ୍ତି, ବିମାନ ଓ ଟ୍ରେନରେ ଆସୁଥିବା ଯାତ୍ରୀଙ୍କୁ ନେବା ପାଇଁ ଏକାଧିକ ପରିଜନ ଆସନ୍ତୁ ନାହିଁ। ସେମାନେ ଫେରିବା ସମୟରେ ଭିଡ଼କୁ ଏଡାଇବା ପାଇଁ କାରରେ ଆସନ୍ତୁ। ସେମାନଙ୍କ ପାଇଁ ପ୍ଲାଟଫର୍ମ କିମ୍ବା ବିମାନ ବନ୍ଦର ପାସ୍‌ ଦରକାର ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri