ବିମାନବନ୍ଦର ଛାତ ଭୁଶୁଡ଼ି ମୃତ୍ୟୁ ଘଟଣା: କ୍ଷେତ୍ର ପରିଦର୍ଶନ ଶେଷ କଲା ଏଏଆଇ

ଭୁବନେଶ୍ୱର,୮।୨(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦର ଲିଙ୍କ୍‌ ବିଲ୍ଡିଂ ଛାତ ଭୁଶୁଡ଼ିବା ଘଟଣାରେ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ (ଏଏଆଇ) କ୍ଷେତ୍ର ପରିଦର୍ଶନ ଶେଷ କରିଛି। ଏଏଆଇ ଟେକ୍ନିକାଲ କମିଟି ସଦସ୍ୟ କ୍ଷେତ୍ର ପରିଦର୍ଶନ କରିଛନ୍ତି। ତେବେ କମିଟିର ରିପୋର୍ଟ ଆଧାରରେ ପରବର୍ତ୍ତୀ ପଦକ୍ଷେପ ନିମିତ୍ତ ନିଷ୍ପତ୍ତି ନିଆଯିବ। ଇଞ୍ଜିନିୟର ଓ ଠିକା ସଂସ୍ଥା କାର୍ଯ୍ୟରେ ନ ଥିବାରୁ ଅନ୍ୟ ପ୍ରକଳ୍ପ ବିଳମ୍ବିତ ହେଉଥିବା ସୂଚନା ମିଳିଛି।

ବିମାନବନ୍ଦରର ଲିଙ୍କ୍‌ ବିଲ୍ଡିଂ ଭୁଶୁଡ଼ିବା ଯୋଗୁ ଇଲେକ୍‌ଟ୍ରିସିଆନ ଅନ୍ତର୍ଯାମୀ ଗୁରୁଙ୍କ ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର ନବ କିଶୋର ସ୍ବାଇଁ ଆହତ ହୋଇଥିଲେ। ତେବେ ଯେଭଳି ଭାବେ ବିଲ୍ଡିଂ ଛାତ ଭୁଶୁଡ଼ିଲା, ତାହାକୁ ନେଇ ଅନେକ ପ୍ରଶ୍ନ ଉଠିଥିଲା। ନିମ୍ନ ମାନର କାର୍ଯ୍ୟ ନା ସେଣ୍ଟ୍ରିଂରେ ତ୍ରୁଟି ଯୋଗୁ ଏପରି ଘଟିଛି, ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯିବା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ କହିଥିଲା। ସେପଟେ ମୃତକ ଅନ୍ତର୍ଯାମୀଙ୍କ ଭାଇ ନିରାକାର ଗୁରୁ ଏୟାରପୋର୍ଟ ଥାନାରେ ଅଭିଯୋଗ କରିଥିଲେ। ଏହି ଅଭିଯୋଗ ଆଧାରରେ ପୋଲିସ କେସ୍‌ ନଂ.୧୯/୨୦ରେ ଏକ ମାମଲା ରୁଜୁ କରି ଠିକାଦାର ସଂସ୍ଥାର ନିର୍ଦ୍ଦେଶକ ଦିଲ୍ଲୀପଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri