ବିମାନବନ୍ଦର ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣାର ତଦନ୍ତ କରିବ ଏକ୍ସପର୍ଟ ଟିମ୍‌, ରିପୋର୍ଟ ଦେବା ପରେ କାର୍ଯ୍ୟାନୁଷ୍ଠାନ: ଡିସିପି

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣାର ତଦନ୍ତ ଏକ୍ସପର୍ଟ ଟିମ୍‌ କରିବ। ସମ୍ପୃକ୍ତ ଠିକାଦାର ଏବଂ ଇଞ୍ଜିନିୟରମାନଙ୍କୁ ପଚରାଉଚରା ଚାଲିଛି। ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା ତାହାର ତଦନ୍ତ ପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି।ଯୋଜନା, କାର୍ଯ୍ୟାନ୍ବୟନ, ସୁରକ୍ଷା ଠିକ୍‌ ଥିଲା କି ନାହିଁ ସେ ବିଷୟରେ ତଦନ୍ତ ହେବ। ଏକ୍ସପର୍ଟ ଟିମ୍‌ ରିପୋର୍ଟ ପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭୁବନେଶ୍ୱର ଡିସିପି ଅନୁପ ସାହୁ କହିଛନ୍ତି।

ପ୍ରକାଶ ଯେ, ବିମାନବନ୍ଦର ଟର୍ମିନାଲ-୧ରୁ ଟର୍ମିନାଲ-୨କୁ ଯୋଡ଼ିବା ପାଇଁ ତିଆରି ଚାଲିଥିବା ବିଲ୍ଡିଂର ଛାତ ଶୁକ୍ରବାର ରାତିରେ ଭୁଶୁଡ଼ି ପଡ଼ିଥିଲା। ଏହାତଳେ ଚାପିହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ବଡ଼ମ୍ବା ଅଞ୍ଚଳର ଅନ୍ତର୍ଯ୍ୟାମୀ ଗୁରୁ ଠିକା ସଂସ୍ଥାର ହେଲ୍‌ପର ଭାବେ କାମ କରୁଥିଲେ। ସେହିଭଳି ଗୁରୁତର ଢେଙ୍କାନାଳର ନବକିଶୋର ସ୍ବାଇଁ ଡ୍ରାଇଭର ଭାବେ କାମ କରୁଥିଲେ। କ୍ୟାପିଟାଲ ହସ୍ପିଟାଲରେ ନବକିଶୋରଙ୍କ ଚିକିତ୍ସା ଜାରି ରହିଛି। ଅପରପକ୍ଷେ ଶ୍ରମିକ ସୁରକ୍ଷାକୁ ନେଇ ସମସ୍ତ ବ୍ୟବସ୍ଥା ହୋଇଛି। ଛାତ ଢଳେଇ କାମ ସରିଯାଇଥିବା ବେଳେ ଅଧିକ ଓଜନ ପଡ଼ିବାରୁ ଭୁଶୁଡ଼ି ପଡ଼ିଥିବା ନେଇ କନ୍‌ଷ୍ଟ୍ରକଶନ ସଂସ୍ଥାର ଏମ୍‌ଡି ଦିଲୀପ ଖଟୋଇ ସ୍ପଷ୍ଟୀକରଣ ଦେଇଛନ୍ତି। ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ବିଭିନ୍ନ ମହଲରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି।…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri