ବିମାନବନ୍ଦର ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣାରେ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ: ମୃତାହତଙ୍କୁ କ୍ଷତିପୂରଣ ଦେବ ଠିକାଦାର ସଂସ୍ଥା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଟର୍ମିନାଲ-୧ରୁ ଟର୍ମିନାଲ-୨କୁ ସଂଯୋଗ କରୁଥିବା ବିଲ୍ଡିଂର ଛାତ ଭୁଶୁଡ଼ିବା ଘଟଣାରେ କ୍ଷତିପୂରଣ ଦେବ ଠିକାଦାର ସଂସ୍ଥା ଦିଲୀପ କନ୍‌ଷ୍ଟ୍ରକ୍‌ଶନ। ମୃତକଙ୍କ ପରିବାରକୁ ଅଢ଼େଇ ଲକ୍ଷ, ଆହତଙ୍କୁ ୫୦ହଜାର କ୍ଷତିପୂରଣ ଦେବାକୁ ମଙ୍ଗଳବାର ରାଜ୍ୟ ମାନବାଧିକାର କମିଶନ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଠିକା ସଂସ୍ଥା ନ ଦେଲେ ଏଏଆଇ ତା ବିଲ୍‌ରୁ ଟଙ୍କା କାଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଆସନ୍ତା ୧୧ ତାରିଖରେ କମିଶନଙ୍କ ନିକଟରେ ଠିକାସଂସ୍ଥା ଏବଂ ଏଏଆଇକୁ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡ଼ିଛି।

ପ୍ରକାଶ ଯେ, ବିମାନବନ୍ଦର ଲିଙ୍କ୍‌ ବିଲ୍ଡିଂ ଛାତ ଶୁକ୍ରବାର ରାତିରେ ଭୁଶୁଡ଼ି ପଡ଼ିଥିଲା। ଏଥିରେ ଚାପିହୋଇ ଇଲେଟ୍ରିସିଆନ ଅନ୍ତର୍ଯ୍ୟାମୀ ଗୁରୁଙ୍କ ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର ନବକିଶୋର ସ୍ବାଇଁ ଆହତ ହୋଇଥିଲେ। ଏହି ଘଟଣାରେ ଦିଲୀପ କନ୍‌ଷ୍ଟ୍ରକ୍‌ଶନ କଣ୍ଟ୍ରାକ୍ଟର ଦିଲୀପ ଖଟେଇଙ୍କ ସମେତ ୪ ଜଣଙ୍କୁ ଶନିବାର ଗିରଫ କରାଯାଇଛି। ସେମାନେ ହେଲେ ଇଞ୍ଜିନିୟର ଅଭିଳାଷ ସରକାର, ଆଶିଷ ସରକାର ଓ ବିମାନବନ୍ଦର ପ୍ରୋଜେକ୍ଟ ଇନଚାର୍ଜ ଗୌତମ ରାଏ। ଶନିବାର ଏମାନଙ୍କ ଜାମିନ ନାମଞ୍ଜୁର ହେବା ପରେ ରାତିରେ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି। ଶୁକ୍ରବାର ରାତିରେ ଦିଲୀପ ଏବଂ ଇଞ୍ଜିନିୟରଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଥିଲା। ଅନ୍ୟପଟରେ ଏହି କନ୍‌ଷ୍ଟ୍ରକ୍‌ଶନ ସଂସ୍ଥାର ଅନ୍ୟ କେଉଁମାନେ ଦୁର୍ଘଟଣା ପଛରେ ସଂପୃକ୍ତ, ତାହା ଜଣାପଡ଼ିିବା ପରେ ସେମାନଙ୍କୁ ଗିରଫ କରାଯିବ ବୋଲି ପୋଲିସ କହିଛି।

ତେବେ ଯେଭଳି ଭାବେ ବିଲ୍ଡିଂ ଛାତ ଭୁଶୁଡ଼ିଲା, ତାହାକୁ ନେଇ ଅନେକ ପ୍ରଶ୍ନ ଉଠୁଛି। ନିମ୍ନ ମାନର କାର୍ଯ୍ୟ ନା ସେଣ୍ଟ୍ରିଂରେ ତ୍ରୁଟି ଯୋଗୁ ଏପରି ଘଟିଛି, ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯିବା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ କହିଛି। ସେପଟେ ମୃତକ ଅନ୍ତର୍ଯ୍ୟାମୀଙ୍କ ଭାଇ ନିରାକାର ଗୁରୁ ଏୟାରପୋର୍ଟ ଥାନାରେ ଅଭିଯୋଗ କରିଛନ୍ତି। ଏହି ଅଭିଯୋଗ ଆଧାରରେ ପୋଲିସ ମାମଲା(ନଂ-୧୯/୨୦) ରୁଜୁ କରି ସଂସ୍ଥାର ନିର୍ଦ୍ଦେଶକ ଦିଲୀପଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ।…

ଡ୍ରୋନ୍‌ ଯୋଗେ ପାକ୍‌ ଏଜେଣ୍ଟଙ୍କ ପାଖକୁ ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦ା୫: ପାକିସ୍ତାନ ସହ ସମ୍ପୃକ୍ତ ଥିବା ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ୪ ରାଜ୍ୟର ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଭାରତର…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

ପ୍ରଧାନମନ୍ତ୍ରୀ ଏନ୍‌ଇଇଟି ପୁନଃ ପରୀକ୍ଷା ତଦାରଖ କରୁଛନ୍ତି

ନୂଆଦିଲ୍ଲୀ,୩୦ା୫: ଡାକ୍ତରୀ ଶିକ୍ଷା ଲାଗି ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ସୁପ୍ରିମକୋର୍ଟ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଛନ୍ତି। ବାସ୍ତବ ଉତ୍ତରଦାୟିତ୍ୱ ନିର୍ଦ୍ଧାରଣ ନ ହେବା…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri