ବିମାନବନ୍ଦର ପାର୍ଶ୍ୱରୁ ହଟିବ ଦୁଇ ବସ୍ତି

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିସୀମାକୁ ଆହୁରି ବୃଦ୍ଧି କରାଯିବ। ହେଲେ ଏଥିପାଇଁ ବିମାନବନ୍ଦର ପାର୍ଶ୍ୱରେ ଥିବା ବସ୍ତି ବାଧକ ସାଜିଛି। ତେଣୁ ଉକ୍ତ ବସ୍ତିକୁ ଉଚ୍ଛେଦ କରାଯିବାକୁ ନିଷ୍ପତ୍ତି ହୋଇଥିବାବେଳେ ଏନେଇ ବିମାନବନ୍ଦର କର୍ତ୍ତୃପକ୍ଷ ସାଧାରଣ ପ୍ରଶାସନ ବିଭାଗକୁ ଏକ ଚିଠି ଲେଖିଛନ୍ତି। ବିମାନବନ୍ଦର ନିକଟରେ ଥିବା ୧.୬ ଏକର ସରକାରୀ ଜାଗା ଦେବାଲାଗି ଉକ୍ତ ଚିଠିରେ ବିମାନବନ୍ଦର କର୍ତ୍ତୃପକ୍ଷ ଉଲ୍ଲେଖ କରିଛନ୍ତି। ଏହି ଚିଠି ପରେ ସାଧାରଣ ପ୍ରଶାସନ ପକ୍ଷରୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)କୁ ପଦକ୍ଷେପ ପାଇଁ ଜଣାଇଛନ୍ତି। ବିମାନବନ୍ଦର ନିକଟରେ ଥିବା ଗଣ୍ଡମୁଣ୍ଡା ଓ ଲକ୍ଷ୍ମୀ ବଜାର ବସ୍ତିକୁ ଉଚ୍ଛେଦ କରି ବିମାନବନ୍ଦର କର୍ତ୍ତୃପକ୍ଷଙ୍କୁ ସ୍ଥାନ ଯୋଗାଇ ଦେବାକୁ କୁହାଯାଇଛି। ଗତ ୧୦ ତାରିଖ ଦିନ ବିଡିଏ କର୍ତ୍ତୃପକ୍ଷ ଏନେଇ ସେସବୁ ବସ୍ତି ବୁଲି ଦେଖିବା ସହ ଉଚ୍ଛେଦ ଲାଗି ପ୍ରକ୍ରିୟା ଆରମ୍ଭ କରିଛନ୍ତି। କିନ୍ତୁ ବସ୍ତିରେ ଥିବା ଘରଗୁଡିକ ରାଜୀବ ଆବାସ ଯୋଜନାରେ ନିର୍ମିତ ହୋଇଥିବାରୁ ତୁରନ୍ତ ଉଚ୍ଛେଦ ହୋଇପାରି ନାହିଁ। ଏ ସଂକ୍ରାନ୍ତରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସହ ବିଡିଏ ଆଲୋଚନା କରିବା ପରେ ଆସନ୍ତା ୧୫ ଦିନ ମଧ୍ୟରେ ବସ୍ତିବାସିନ୍ଦାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବ। ପ୍ରଥମେ ସେମାନଙ୍କୁ ଟ୍ରାଞ୍ଜିଟ ହାଉସ୍‌କୁ ସ୍ଥାନାନ୍ତର କରିବାକୁ ବିଏମ୍‌ସି ସ୍ଥିର କରିଛି। ତେବେ ଏଥିପାଇଁ ବସ୍ତିବାସିନ୍ଦାଙ୍କୁ ୬ମାସକୁ ୨ହଜାର ୫ଶହ ଟଙ୍କା ଭଡା ଦେବାକୁ ପଡିବ। ସ୍ଥାନାନ୍ତର ପରେ ସେଠାରେ ଉଚ୍ଛେଦ ଆରମ୍ଭ ହେବ ବୋଲି ବିଡିଏ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବିଏମ୍‌ସି ଓ ବିଡିଏ ମିଳିତ ଭାବେ ଉକ୍ତ ଉଚ୍ଛେଦରେ ସାମିଲ ହେବେ। କମିଶନରେଟ ପୋଲିସ୍‌ ଉପସ୍ଥିତ ରହିବ। ବିମାନବନ୍ଦର ନିର୍ଦ୍ଦେଶକ ସୁରେଶଚନ୍ଦ୍ର ହୋତା କହିଛନ୍ତି, ବିମାନ ବନ୍ଦରରେ ରନ୍‌ଓ୍ବେ ପରି ସ୍ବତନ୍ତ୍ର ଟ୍ୟାକ୍ସିଓ୍ବେ ନିର୍ମାଣ ହେବ। ଏଥିପାଇଁ ଜାଗା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri