ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣା: କଣ୍ଟ୍ରାକ୍ଟର ଦିଲ୍ଲୀପଙ୍କ ସମେତ ୪ ଗିରଫ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଟର୍ମିନାଲ-୧ରୁ ଟର୍ମିନାଲ-୨କୁ ସଂଯୋଗ କରୁଥିବା ବିଲ୍ଡିଂ ଶୁକ୍ରବାର ରାତିରେ ଭୁଶୁଡିବା ଘଟଣାରେ ଦିଲ୍ଲୀପ କନ୍‌ଷ୍ଟ୍ରକଶନ କଣ୍ଟ୍ରାକ୍ଟର ଦିଲ୍ଲୀପ ଖଟେଇଙ୍କ ସମେତ ୪ ଜଣଙ୍କୁ ଶନିବାର ଗିରଫ କରାଯାଇଛି। ସେମାନେ ହେଲେ ଇଞ୍ଜିନିୟର ଅଭିଳାଷ ସରକାର, ଆଶିଷ ସରକାର ଓ ବିମାନବନ୍ଦର ପ୍ରୋଜେକ୍ଟ ଇନଚାର୍ଜ ଗୌତମ ରାଏ। ଶନିବାର ଏମାନଙ୍କ ଜାମିନ ନାମଞ୍ଜୁର ହେବା ପରେ ରାତିରେ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି। ଶୁକ୍ରବାର ରାତିରେ ଦିଲ୍ଲୀପ ଏବଂ ଇଞ୍ଜିନିୟରଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଥିଲା। ଅନ୍ୟପଟରେ ଏହି କନ୍‌ଷ୍ଟ୍ରକ୍ସନ ସଂସ୍ଥାର ଅନ୍ୟ କେଉଁମାନେ ଦୁର୍ଘଟଣା ପଛରେ ସଂପୃକ୍ତ, ତାହା ଜଣାପଡ଼ିିବା ପରେ ସେମାନଙ୍କୁ ଗିରଫ କରାଯିବ ବୋଲି ପୋଲିସ କହିଛି।
ବିମାନବନ୍ଦରର ଲିଙ୍କ୍‌ ବିଲ୍ଡିଂ ଭୁଶୁଡ଼ିବା ଯୋଗୁ ଇଲେଟ୍ରିସିଆନ ଅନ୍ତର୍ଯ୍ୟାମୀ ଗୁରୁଙ୍କ ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର ନବକିଶୋର ସ୍ବାଇଁ ଆହତ ହୋଇଥିଲେ। ତେବେ ଯେଭଳି ଭାବେ ବିଲ୍ଡିଂ ଛାତ ଭୁଶୁଡ଼ିଲା, ତାହାକୁ ନେଇ ଅନେକ ପ୍ରଶ୍ନ ଉଠୁଛି। ନିମ୍ନ ମାନର କାର୍ଯ୍ୟ ନା ସେଣ୍ଟ୍ରିଂରେ ତ୍ରୁଟି ଯୋଗୁ ଏପରି ଘଟିଛି, ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯିବା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ କହିଛି। ସେପଟେ ମୃତକ ଅନ୍ତର୍ଯ୍ୟାମୀଙ୍କ ଭାଇ ନିରାକାର ଗୁରୁ ଏୟାରପୋର୍ଟ ଥାନାରେ ଅଭିଯୋଗ କରିଛନ୍ତି। ଏହି ଅଭିଯୋଗ ଆଧାରରେ ପୋଲିସ କେସ୍‌ ନଂ-୧୯/୨୦ରେ ଏକ ମାମଲା ରୁଜୁ କରି ସଂସ୍ଥାର ନିର୍ଦ୍ଦେଶକ ଦିଲ୍ଲୀପଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି।

ତେବେ ଏହି ଦୁର୍ଘଟଣାର ତଦନ୍ତ ଦିଲ୍ଲୀର ଏକ ସ୍ବତନ୍ତ୍ର ବିଶେଷଜ୍ଞ ଟିମ୍‌ କରିବ ବୋଲି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ଦ୍ଦେଶକ ବି.ଭି. ରାଓ କହିଛନ୍ତି। ଯାଞ୍ଚ କରିି ଟିମ୍‌ ରିପୋର୍ଟ ଦେବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏହାସହ ସମସ୍ତ ତଥ୍ୟ ଓ ପ୍ରମାଣ ଆଧାରରେ ପୋଲିସ ନିକଟରେ ଅଭିଯୋଗ କରାଯିବ। ମୃତବ୍ୟକ୍ତିଙ୍କ ପରିବାରବର୍ଗଙ୍କୁ କ୍ଷତିପୂରଣ ଦେବା କାର୍ଯ୍ୟ ସଂପୃକ୍ତ ଠିକା ସଂସ୍ଥାର ଦାୟିତ୍ୱ ବୋଲି ରାଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

ଅନଶନରୁ ଓହରିଲେ ସୋନମ ୱାଙ୍ଗଚୁକ: ଜେପି ନଡ୍ଡାଙ୍କୁ ୩ ଦାବି କଲେ CJP ନେତା, ଆଶ୍ଚର୍ଯ୍ୟ ହୋଇଗଲେ…

ନୂଆଦିଲ୍ଲୀ, ୨୦।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋମବାର ତାଙ୍କର ୨୩ ଦିନିଆ ଭୋକ ହରତାଳ ଶେଷ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ‘କକରୋଚ ଜନତା ପାର୍ଟି’…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ…

ଧମକ ଚମକ ଦେଇ କାମରୁ ବାହାର କରି ଦେବାରୁ ଏସ୍‌ପିଙ୍କ ଦାରସ୍ଥ ହେଲେ ଆର୍ଯ୍ୟପଲ୍ଲୀ ମହିଳା

ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ୫୦ ବର୍ଷ ପୂର୍ବରୁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଥିବା ଭାଲିଆ ତୋଟାରେ ଜଗୁଆଳି…

ସ୍ଥାନୀୟ ଯୁବତୀଯୁବକଙ୍କୁ ମିଳୁ ସ୍ଥାୟୀ ନିଯୁକ୍ତି: ଦାବି କଲା କଂଗ୍ରେସ, ପୂରଣ ନ ହେଲେ ଆଗାମୀ ଦିନରେ…

ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ଉପକଣ୍ଠରେ ଥିବା ଆଇ. ଆର୍‌. ଇ. ଏଲ. ଓ ଗୋପାଳପୁର ବନ୍ଦର ଭଳି ପ୍ରତିଷ୍ଠିତ ଶିଳ୍ପରେ ସ୍ଥାନୀୟ ଯୁବତୀଯୁବକଙ୍କୁ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ନାଁ: ଗର୍ଜିଲେ ମହିଳା

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମ ପଞ୍ଚାୟତ ଅଧିନସ୍ଥ କାଦୋପଡାର ୧୩ ମହିଳା ଜିଲାପାଳଙ୍କ ଜନଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri