Posted inଫୁରସତ

ବିମାନରେ ଘଟିଲା ଯାତ୍ରୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ରିପୋର୍ଟ ପରେ ଆଶ୍ଚର୍ଯ୍ୟ ହେଲେ ଡାକ୍ତର

କଲମ୍ବିଆରୁ ଜାପାନ ଯାଉଥିବା ଏକ ବିମାନରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଜାପାନରେ ବିମାନ ପହଞ୍ଚିବା ପରେ ଯେତେବେଳେ ଉକ୍ତ ଯାତ୍ରୀଙ୍କ ମୃତଦେହ ବ୍ୟବଚ୍ଛେଦ କରାଗଲା ଡାକ୍ତରମାନେ ଆଶ୍ଚର୍ଯ୍ୟ ହୋଇଗଲେ। କାରଣ ଡାକ୍ତରୀ ଦଳ ତାଙ୍କ ପେଟରୁ ୨୪୬ ପ୍ୟାକେଟ୍‌ ଅଫିମ ବାହାର କରିଥିଲେ। ଖବର ଅନୁଯାୟୀ, ୟୁଡୋ ଏନ୍‌ (୪୨) ନାମକ ଜଣେ ବ୍ୟକ୍ତି କଲମ୍ବିଆରୁ ବିମାନରେ ଜାପାନ ଯାଉଥିଲେ। ତେବେ ବିମାନ ଉଡ଼ିବା ସମୟରେ ତାଙ୍କର ମୃତ୍ୟୁ ଘଟିଥିଲା। ଫଳରେ ବିମାନକୁ ଉତ୍ତର ମେକ୍ସିକୋରେ ଜରୁରୀକାଳୀନ ଅବତରଣ କରାଯାଇଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ୟୁଡୋ ତାଙ୍କ ପେଟ ଭିତରେ ଲୁଚାଇ ଏତେ ପରିମାଣର ଅଫିମ ନେଉଥିବା ଜଣାପଡ଼ିଥିଲା। ଏହା ପୂର୍ବରୁ ୨୦୧୭ରେ ଡେଲ୍‌ଟା ଏୟାରଲାଇନ୍‌ସରେ ଦୁଇଜଣ ଯାତ୍ରୀ ଅଫିମ ନେଇଥିବା ଅଭିଯୋଗରେ ଗିରଫ ହୋଇଥିଲେ। ତାଙ୍କ ନିକଟରୁ ୨୩ ପାଉଣ୍ଡ ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୨୦୩୨.୪୦ ଟଙ୍କାର ଅଫିମ ଜବତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri