ବିମାନରେ ଯାନ୍ତ୍ରିକ ତ୍ରୁଟି: ଆଜି ପହଞ୍ଚିବ ଶହୀଦ ଅଜିତ୍‌ଙ୍କ ମରଶରୀର

କାମାକ୍ଷାନଗର, ୧୯।୬(ଡି.ଏନ୍‌.ଏ.): ବିମାନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ଶହୀଦ ଅଜିତ୍‌ ସାହୁଙ୍କ ମରଶରୀର ଓଡ଼ିଶା ଆସିବାରେ ବିଳମ୍ବ ହେଉଛି। ଗୁରୁବାର ତାଙ୍କ ମୃତଦେହ ଭୁବନେଶ୍ୱରେ ପହଞ୍ଚିବ। ଜନ୍ମମାଟି କାମାକ୍ଷାନଗର ବ୍ଲକ ବଡ଼ସୁଅଁ।ଳ ଗ୍ରାମକୁ ଅଣାଯିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସେଠାରେ ଶେଷକୃତ୍ୟ କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଅଜିତ୍‌ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। ଶହୀଦ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି। ଏଥିସହ ଅନ୍ୟାନ୍ୟ ସହାୟତା ଯୋଗାଇ ଦିଆଯିବ ବୋଲି ମଧ୍ୟ ପ୍ରତିଶ୍ରୁତି ଦିଆଯାଇଛି।
ଅନ୍ୟପଟେ ଘଟଣାକୁ ୩୬ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ଜିଲାସ୍ତରୀୟ ଅଧିକାରୀ, ପୋଲିସ ପ୍ରଶାସନ ସୌଜନ୍ୟତା ଦୃଷ୍ଟିରୁ ଶହୀଦଙ୍କ ଘରେ ପହଞ୍ଚତ୍ନାହାନ୍ତି। ଏହାକୁ ନେଇ କ୍ଷୋଭବ୍ୟକ୍ତ କରିଛନ୍ତି ଅଜିତ୍‌ଙ୍କ ବାପା ସନ୍ତୋଷ ସାହୁ। ସେ କହିଛନ୍ତି, ଦେଶ ପାଇଁ ପୁଅ ଜୀବନ ଦେଲା। ଏଭଳି ଦୁଃଖଦ ମୂହୁର୍ତ୍ତରେ ଉପଜିଲାପାଳଙ୍କୁ ବାଦ୍‌ ଦେଲେ ଆଉ କାହାରି ଦେଖା ମିଳିନାହିଁ। ଏପରି କି କେହି ଟେଲିଫୋନ୍‌ କରି ସାମାନ୍ୟ ସମବେଦନା ଜଣାଇବାକୁ ଉଚିତ ମନେକଲେନାହିଁ। ଏହା ହିଁ ହେଉଛି ଶହୀଦଙ୍କ ପ୍ରତି ପ୍ରଶାସନର ସମ୍ମାନ ବୋଲି ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି।
ଏ ନେଇ ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ କୁହନ୍ତି, ଏକ ସ୍ବତନ୍ତ୍ର ବିମାନରେ ମରଶରୀର ଅଣାଯାଉଥିଲା। ପାଟଣାରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ବିମାନ ଆସିବାରେ ବିଳମ୍ବ ହେଉଛି। ସେଠାକାର କର୍ତ୍ତୃପକ୍ଷଙ୍କ ସହ ପ୍ରଶାସନ ଯୋଗାଯୋଗରେ ରହିଛି। ଚଣ୍ଡୀଗଡ଼ କିମ୍ବା ଦିଲ୍ଲୀରୁ ଆସିବାକୁ ଅନ୍ୟଏକ ବିମାନକୁ ଅପେକ୍ଷା କରାଯାଇଛି। ଗୁରୁବାର ଶହୀଦଙ୍କ ମୃତଦେହ ଓଡ଼ିଶାରେ ପହଞ୍ଚତ୍ବା ସମ୍ଭାବନା ରହିଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେତେ ସମୟରେ ଆସିବ ସେ ନେଇ କୌଣସି ସୂଚନା ନ ଥିବା ଉପଜିଲାପାଳ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri