Posted inଖେଳ

ବିରାଟ କୋହଲିଙ୍କ ଗୋଟିଏ ଟୁଇଟ୍‌, ଧୋନୀଙ୍କ ଅବସରକୁ ନେଇ ପୁଣି ଉଠିଲା ଚର୍ଚ୍ଚା

ନୂଆଦିଲ୍ଲୀ,୧୨।୯:ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଭାରତ ପାଇଁ ସୀମିତ ଓଭର କ୍ରିକେଟ ଖେଳିବେ କି ଅବସର ନେବେ? ୨୦୧୯ ବିଶ୍ୱକପରେ ଭାରତର ଅଭିଯାନ ଶେଷ ପରଠୁ ସମସ୍ତ କ୍ରିକେଟ ପ୍ରେମୀଙ୍କ ମୁହଁରେ ଏହି ପ୍ରଶ୍ନ ସର୍ବଦା ଉଙ୍କି ମାରୁଛି। ଏହାର ଉତ୍ତର କ’ଣ କାହାରିକୁ ମଧ୍ୟ ଜଣାନାହିଁ। କାରଣ ଏହି ପ୍ରଶ୍ନର ଉତ୍ତର କେବଳ ଧୋନୀ ହିଁ ଦେଇ ପାରିବେ। କିନ୍ତୁ ଗୁରୁବାା ଭାରତୀୟ ଅଧିନାୟକ ବିରାଟ କୋହଲି ଧୋନୀଙ୍କୁ ନେଇ ଏକ ଟୁଇଟ୍‌ କରିଛନ୍ତି। ଯାହାକୁ ଦେଖି ସୋସିଆଲ ମିଡିଆରେ ଧୋନୀଙ୍କ ଅବସରକୁ ନେଇ ପୁଣି ଚର୍ଚ୍ଚା ଉଠିଛି। ଗୁରୁବାର କୋହଲି ଏକ ମ୍ୟାଚ୍‌ର ଫଟୋ ଟୁଇଟ୍‌ କରି ଲେଖିଛନ୍ତି,ଏହି ସ୍ବତନ୍ତ୍ର ଦିନକୁ ମୁଁ କେବେ ଭୁଲି ପାରିବି ନାହିଁ। ଧୋନୀ ମୋତେ ଫିଟନେସ୍‌ ଟେଷ୍ଟ ପରି ଏହି ମ୍ୟାଚରେ ଦୌଡାଇଥିଲେ। ସୂଚନାଯୋଗ୍ୟ, କୋହଲି ଟୁଇଟ୍‌ କରିଥିବା ମ୍ୟାଚ୍‌ଟି ୨୦୧୬ ମାର୍ଚ୍ଚ ୨୭ରେ ଅଷ୍ଟ୍ରେଲିଆ ବିପକ୍ଷରେ ମୋହାଲିର ପିସିଏ ଷ୍ଟାଡିୟମରେ ଖେଳାଯାଇଥିଲା। ଅଷ୍ଟେଲିଆ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୬୦ ରନ୍‌ କରିଥିଲା। ଏହାର ଜବାବରେ ଭାରତ ୧୯.୧ ଓଭରରେ ୪ ଉଇକେଟ ହରାଇ ଲକ୍ଷ୍ୟସ୍ଥଳରେ ପହଞ୍ଚିପାରିଥିଲା। କୋହଲି ୫୧ଟି ବଲରୁ ୯ଟି ଚୌକା ଏବଂ ଦୁଇଟି ଛକା ସହ ୮୨ରନ୍‌ରେ ଅପରାଜିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri