ବିରୋଧ ସତ୍ତ୍ୱେ କଲ୍ୟାଣ ମଣ୍ଡପକୁ ଯିବ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ

ବ୍ରହ୍ମପୁର ଅଫିସ୍‌,୨୧ା୭-ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ଏକ ଘରୋଇ କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର ପ୍ରକ୍ରିୟା ଶନିବାର ଆରମ୍ଭ ହୋଇଛି। ଟ୍ରକ୍‌, ପିକ୍‌ଅପ୍‌ ଭ୍ୟାନ୍‌ରେ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ, ଆସବାବପତ୍ର ଏବଂ ଅନ୍ୟାନ୍ୟ ଜିନିଷ ସ୍ଥାନାନ୍ତର କରାଯାଇଥିଲା। ବିଶ୍ୱବିଦ୍ୟାଳୟର ବରିଷ୍ଠ ଅଧ୍ୟାପକମାନେ ଉପସ୍ଥିତ ରହି ସ୍ଥାନାନ୍ତର ପ୍ରକ୍ରିୟାର ତଦାରଖ କରୁଥିଲେ। ଅନ୍ୟପଟେ ଘରୋଇ କଲ୍ୟାଣ ମଣ୍ଡପକୁ ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତରକୁ ଭାଜପା ପକ୍ଷରୁ ତୀବ୍ର ବିରୋଧ କରାଯାଇ ହୋହଲ୍ଲା ହୋଇଥିଲା। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ବୁଝାଶୁଝା କରିବା ପରେ ସେମାନେ ଆନ୍ଦୋଳନ ପ୍ରତ୍ୟାହୃତ କରିଥିଲେ।
ମେ’ରେ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ଘୋଷଣା କରିଥିଲେ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ।
ହେଲେ ଭିତ୍ତିଭୂମି ବିକାଶ ଦିଗରେ କୌଣସି ପଦକ୍ଷେପ ନିଆଗଲା ନାହିଁ । ଫଳରେ ପାଠପଢ଼ା ହୋଇପାରିଲାନି। ଏହା ଅସ୍ଥାୟୀ ଭାବେ ଖଲ୍ଲିକୋଟ ସ୍ବୟଂ ଶାସିତ ମହାବିଦ୍ୟାଳୟର କ୍ୟାମ୍ପସରେ ହିଁ ଚାଲିଥିଲା। ଏହା ଭିତରେ ବିଶ୍ୱବିଦ୍ୟାଳୟର ସ୍ବତନ୍ତ୍ର କ୍ୟାମ୍ପସ୍‌ ନିର୍ମାଣ ପାଇଁ ପାଲୁର୍‌ ହିଲ୍‌ରେ ୨୦ ଏକର ଜାଗା ପ୍ରଦାନ କରାଯାଇଛି। କିନ୍ତୁ ସେଠାରେ ପାଣି ଅଭାବ ଥିବା ଯୋଗୁ କ୍ୟାମ୍ପସ୍‌ ନିର୍ମାଣ ହୋଇପାରୁନି। ଅନ୍ୟପଟେ ୨୦୧୮ରୁ ପାଠପଢ଼ା ଆରମ୍ଭ ହୋଇଯାଇଛି। ଫଳରେ ଅସ୍ଥାୟୀ କ୍ୟାମ୍ପସ୍‌ରେ ପାଠପଢ଼ା ଏବଂ ପ୍ରଶାସନିକ କାର୍ଯ୍ୟ ପାଇଁ ଅସୁବିଧା ହେଉଛି । ଏଣୁ କୌଣସି ଏକ ବଡ଼ କୋଠାକୁ ଅସ୍ଥାୟୀ କ୍ୟାମ୍ପସ୍‌ ଭାବେ ନେବାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଥିଲେ। ଭଡ଼ା ଘର ଖୋଜା ଚାଲିଥିଲା। କନିଷିସ୍ଥିତ ଜି-ମ୍ୟାକ୍ସ କଲ୍ୟାଣ ମଣ୍ଡପକୁ ଚୟନ କରାଯାଇଛି। କୋଠା ବାବଦରେ ମାସିକ ୭ଲକ୍ଷ ୫୨ହଜାର ୪ଶହ ଟଙ୍କା ଏବଂ ଆସବାବପତ୍ର ବାବଦରେ ୭୩ହଜାର ୮୭୬ଟଙ୍କା ପ୍ରଦାନ କରାଯିବ। ତେବେ ଘରୋଇ କଲ୍ୟାଣ ମଣ୍ଡପରେ ପାଠପଢ଼ାକୁ ବିଭିନ୍ନ ସଂଗଠନ ପକ୍ଷରୁ ବିରୋଧ କରାଯାଉଛି। ଅଲ୍‌ ଇଣ୍ଡିଆ ଡେମୋକ୍ରାଟିକ୍‌ ଷ୍ଟୁଡେଣ୍ଟ୍‌ସ ଅର୍ଗାନାଇଜେଶନ୍‌(ଏଆଇଡିଏସ୍‌ଓ) ପକ୍ଷରୁ ଦୁଇଦିନ ବିକ୍ଷୋଭ କରାଗଲା। ଭାରତୀୟ ବିକାଶ ପରିଷଦ ପକ୍ଷରୁ ବିନା ଟେଣ୍ଡର୍‌ରେ ଭଡ଼ା ପ୍ରଦାନ ନିଷ୍ପତ୍ତିକୁ ବିରୋଧ କରାଯାଇଥିଲା। ତଥାପି ଶନିବାରରୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି ସମୟରେ ଭାଜପା ପକ୍ଷରୁ ରାମ କୁମାର ପାତ୍ର, କିରଣ କୁମାର ସାହୁ, ସୁଜ୍ଞାନୀ ପଣ୍ଡା, କମଲ ପାତ୍ର, ନରେଶ ଆଚାର୍ଯ୍ୟ, ଜେ.ମୁରଲୀ କ୍ରିଷ୍ଣା, ଅଖିଳ ସାହୁ, ଦୀପକ ମିଶ୍ରଙ୍କ ସମେତ ବହୁ କର୍ମୀ ପହଞ୍ଚି ସ୍ଥାନାନ୍ତରକୁ ବିରୋଧ କରିଥିଲେ। ଟ୍ରକ୍‌ ସମ୍ମୁଖରେ ବସି ରାସ୍ତା ବନ୍ଦ କରିଥିଲେ। ଅନେକ ସମୟ ପର୍ଯ୍ୟନ୍ତ ହୋ-ହଲ୍ଲା ଚାଲିଥିଲା। କୁଳପତି ପ୍ରଫେସର ଅମରେନ୍ଦ୍ର ନାରାୟଣ ମିଶ୍ର, ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ଯୋଗେଶ୍ୱର ପାଣିଗ୍ରାହୀ ପହଞ୍ଚି ବିକ୍ଷୋଭକାରୀଙ୍କ ସହ ଆଲୋଚନା କରିଥିଲେ । ଆସନ୍ତା ବର୍ଷେରୁ ଦେଢ଼ ବର୍ଷ ଭିତରେ ପାଲୁର୍‌ ହିଲ୍‌ରେ ସ୍ଥାୟୀ କ୍ୟାମ୍ପସ୍‌ ନିର୍ମାଣ କରାଯିବ। କନିଷି ଯିବା ଆସିବା କରିବାକୁ ଛାତ୍ରୀଛାତ୍ରଙ୍କ ପାଇଁ ବସ୍‌ ବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଫଳରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?